Odisha Link
Bridging the Missing Links in Odisha

ଆସନ୍ତା କାଲି ବିଜେପିର ପ୍ରାର୍ଥୀ ଘୋଷଣା

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ୨୧ ତାରିଖରେ ବିଜେପୁର ଫାଇଟ। ଏନେଇ କଂଗ୍ରେସ ଦିଲ୍ଲୀପ ପଣ୍ଡାଙ୍କୁ ପ୍ରାର୍ଥୀ କରିଥିବାବେଳେ ବିଜେଡି ରୀତା ସାହୁଙ୍କୁ ପ୍ରାର୍ଥୀ କରିଛି। କେବଳ ବିଜେପି ତାର ପ୍ରାର୍ଥୀ ଘୋଷଣା କରିନାହିଁ। ତେବେ ଆସନ୍ତାକାଲି ବିଜେପି ପକ୍ଷରୁ ପ୍ରାର୍ଥୀ ଘୋଷଣା କରାଯିବ। ଏହି ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ଉପସଭାପତି ସମୀର ମହାନ୍ତି। ଆସନ୍ତାକାଲି ଦିଲ୍ଲୀରେ ସଂସଦୀୟ ବୋର୍ଡ ବୈଠକ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି। ବୈଠକ ପରେ ବିଜେପୁର ପାଇଁ ଦଳୀୟ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯିବ ବୋଲି ବିଜେପି ରାଜ୍ୟ ଉପସଭାପତି ସମୀର ମହାନ୍ତି ସୂଚନା ଦେଇଛନ୍ତି।

Comments are closed.