Odisha Link
Bridging the Missing Links in Odisha

ଫେରିଗଲେ ରାଷ୍ଟ୍ରପତି

ଭୁବନେଶ୍ବର:  ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆଜି ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିଛନ୍ତି। ବ୍ରହ୍ମପୁର ଉପକଣ୍ଠ ଗୋଳାବନ୍ଧ ଆର୍ମି ଏୟାର ଡିଫେନ୍ସ କଲେଜରେ ସ୍ବତନ୍ତ୍ର ‘କଲର୍ସ ସମ୍ମାନ’ ଉତ୍ସବରେ ରାଷ୍ଟ୍ରପତି ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ଅଭିଭାଷଣରେ ରାଷ୍ଟ୍ରପତି ରାଷ୍ଟ୍ରର ଏକତା, ଅଖଣ୍ଡତା ଓ ସାର୍ବଭୌମତ୍ୱ ରକ୍ଷା କରିବାରେ ଭାରତୀୟସଶସ୍ତ୍ର ସେନାବାହନିୀ ଓ ସେନା ବାୟୁ ପ୍ରତିରକ୍ଷା ବାହିନୀର ଗୌରବଶାଳୀ ପରମ୍ପରାକୁ ସ୍ମରଣ କରିଥିଲେ। ଏଥିସହତି ଉପସ୍ଥିତ ସମସ୍ତ ସେନା ଅଧିକାରୀ ଓ କର୍ମଚାରୀମାନଙ୍କୁ ଶୁଭେଚ୍ଛା ଓ ସାଧୁବାଦ ଜଣାଇଥିଲେ।
ଗୋଳବନ୍ଧରୁ ଫେରି ଭୁବନେଶ୍ବର ରାଜଭବନରେ ରାଷ୍ଟ୍ରପତି ଓ ତାଙ୍କ ସହଧର୍ମିଣୀ କିଛି ସମୟ ବିଶ୍ରାମ କରିଥିଲେ। ସେଠାରେ ରାଜ୍ୟପାଳ ରାଷ୍ଟ୍ରପତିଙ୍କୁ ଉପହାର ପ୍ରଦାନ କରିଥିଲେ। ଏହାପରେ ଭୁବନେଶ୍ବର ବିମାନବନ୍ଦରରୁ ସେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଏହିସମୟରେ ବିମାନ ବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଶାସନ ସଚିବ, ପୁଲିସ ଡିଜି ଉପସ୍ଥିତ ଥିଲେ।

Comments are closed.