ପ୍ରକାଶ ପାଇଲା ବିଜେଡିର ଷ୍ଟାର ପ୍ରଚାରକ ତାଲିକା

ଭୁବନେଶ୍ବର: ୨୧ରେ ବିଜେପୁର ନିର୍ବାଚନ। ସେଥିପାଇଁ ପ୍ରସ୍ତୁତି ଚଳାଇଛନ୍ତି ରାଜ୍ୟର ତିନି ପ୍ରମୁଖ ଦଳ। ବିଜେପୁର ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହେବା ପରେ ରାଜନୈତିକ ପାଣିପାଗ ଉଷ୍ମ ହେବାରେ ଲାଗିଛି। ପରେ ପରେ ସବୁ ଦଳର ପ୍ରାର୍ଥୀମାନେ ନାମାଙ୍କନ ଭରିବା ପରେ ସବୁ ଦଳରେ ଉପନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହାରି ମଧ୍ୟରେ ଆଜି ବିଜେଡ଼ି ତାର ୪୦ଜଣିଆ ଷ୍ଟାର ପ୍ରଚାରକ ତାଲିକା ନାମ ଘୋଷଣା କରିଛି। ସେମାନେ ହେଉଛନ୍ତି ପ୍ରସନ୍ନ ଆଚାର୍ଯ୍ୟ, ଅନଙ୍ଗ ଉଦୟ ସିଂହଦେଓ ମଙ୍ଗଳା କିଷାନ, ପ୍ରଫୁଲ୍ଲ ମଲ୍ଲିକ, ପ୍ରଦୀପ ଅମାତ, ପଦ୍ମନାଭ ବେହେରା, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଦେବୀ ମିଶ୍ର, ନିରଞ୍ଜନ ପୂଜାରୀ, ବିକ୍ରମ କେଶରୀ ଆରୁଖ, ନବ ଦାସ, କିଶୋର ମହାନ୍ତି।