Odisha Link
Bridging the Missing Links in Odisha

୬୫ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ

ଭୁବନେଶ୍ବର: ଆଜି ନନ୍ଦନକାନନରେ ୬୫ ତମ ବିଶ୍ଵ ବନ୍ୟପ୍ରାଣୀ ସପ୍ତାହ ପାଳିତ ହୋଇଯାଇଛି। ନନ୍ଦନକାନନର ଉପ ନିର୍ଦ୍ଦେଶକ ଜୟନ୍ତ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ନିର୍ଦ୍ଦେଶକ ଶଶି ପଲ ଯୋଗ ଦେଇଥିଲେ। ସେଞ୍ଚୁରିଆନ ଇୟୁନିଭରସିଟିର ପ୍ରାଣୀବିଜ୍ଞାନ ବିଭାଗର ମୁଖ୍ୟ ଡ଼ ଶିବ ପରିଡ଼ା ଓ ପରିବେଶବିତ ଅନ୍ତର୍ଯ୍ୟାମୀ ସାହୁଙ୍କ ଉପସ୍ଥିତରେ କାର୍ଯ୍ୟକ୍ରମ କରାଯାଇଛି।
ବଭିନ୍ନ ବିଦ୍ୟାଳୟରୁ ଆସିଥିବା ଛାତ୍ରଛାତ୍ରୀଙ୍କ ମଧ୍ୟରେ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା। ଦସ୍ତଖତ ଅଭିଯାନ ଓ ପରିବେଶ ଚିତ୍ର ପ୍ରଦର୍ଶନୀ ମଧ୍ୟ ଆୟୋଜିତ ହୋଇଥିଲା।

Comments are closed.