Odisha Link
Bridging the Missing Links in Odisha

ମହାପ୍ରଭୁଙ୍କ ବନକଲାଗି ନୀତି ଆଜି

ପୁରୀ: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ।

ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ। ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଚମକିବ। ମହାପ୍ରଭୁଙ୍କ ଗୁପ୍ତ ସେବା ବନକଲାଗି ନୀତି ପାଇଁ ଆଜି ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

Comments are closed.