Odisha Link
Bridging the Missing Links in Odisha

ସମ୍ବଲପୁରରେ ଖୋଲିଲା ରିଲାଏନ୍ସ ସ୍ମାର୍ଟର ସୁପରମାର୍କେଟ

ସମ୍ବଲପୁର : ରିଲାଏନ୍ସ ରିଟେଲ୍ର ବୃହତ ଆକାରର ଗ୍ରୋସରି ସୁପରମାର୍କେଟ ବ୍ରାଣ୍ଡ୍ ରିଲାଏନ୍ସ ରିଟେଲ୍ ପକ୍ଷରୁ ସମ୍ବଲପୁରର ବୁଢ଼ାରଜା ମେନ୍ ରୋଡ୍ ରେ ବାଲାଜୀ ଡେଭେଲପରରେ ପ୍ରଥମ ଷ୍ଟୋର ଖୋଲାଯାଇଛି । ଗୋଟିଏ ଛାତ ତଳେ ଗ୍ରୋସରି, ଫଳ ଓ ପନିପରିବା, ଦୁଗ୍ଧ ଠାରୁ ଆରମ୍ଭ କରି କିଚେନ ଓୟାର ଏବଂ ହୋମଓୟାର ଇତ୍ୟାଦି ପର୍ଯ୍ୟନ୍ତ ବ୍ୟାପକ ପ୍ରକାରର ଉତ୍ପାଦକୁ ପ୍ରଦାନ କରି ଏହି ଷ୍ଟୋର ୱାନ-ଷ୍ଟପ ସପିଙ୍ଗ ଅନୁଭୂତି ପ୍ରଦାନ କରୁଛି ।
ରିଲାଏନ୍ସ ସ୍ମାର୍ଟ ବର୍ଷ ତମାମ ଏହାର ବ୍ୟାପକ ବର୍ଗର ଉତ୍ପାଦର ଏମ୍ଆରପି ଉପରେ ସର୍ବନିମ୍ନ ୫% ନିଶ୍ଚିତ ରିହାତି ଓ ୧୪୯୯ ଟଙ୍କାର ସର୍ବନିମ୍ନ କିଣାକିଣି ଉପରେ ୯ ଟଙ୍କାରେ ୧ କେଜି ଚିନି ପ୍ରଦାନ କରବା ଭଳି ଅନେକ ଆକର୍ଷଣୀୟ ଅଫର ସହ ମାସିକିଆ ଗ୍ରୋସରି ସପିଙ୍ଗ ପାଇଁ ସାରା ଭାରତର ପସନ୍ଦର ସୁପରମାର୍କେଟ ଭାବେ ଉଭା ହୋଇଛି । ପୁନଶ୍ଚ ନିତିଦିନିଆ ଖାଦ୍ୟ ସାମଗ୍ରୀ ଏବଂ ଫଳ ଓ ପନିପରିବା ଇତ୍ୟାଦି ଏହା ପ୍ରତିଦିନ ସୁଲଭ ମୂଲ୍ୟରେ ପ୍ରଦାନ କରୁଛି ।
ସମ୍ବଲପୁରରେ ଷ୍ଟୋର୍ ଖୋଲିବା ସହ ରିଲାଏନ୍ସ ସ୍ମାର୍ଟର ଓଡ଼ିଶାରେ ଷ୍ଟୋର ସଂଖ୍ୟା ୯ରେ ପହଂଚିଛି । ରିଲାଏନ୍ସ ସ୍ମାର୍ଟ ସମ୍ବଲପୁର ଷ୍ଟୋର୍କୁ ୧୯,୬୮୪ ବର୍ଗଫୁଟରେ ସ୍ଥାପିତ ହୋଇଥିବା ବେଳେ ଏଠାରେ ଭଲ ଭାବେ ସୂଚନା ପ୍ରଦାନ କରିପାରୁଥିବା ଗ୍ରାହକ ସହଯୋଗୀ, ଚଳମାନ ଡିଜାଇନ ଓ ଲେଆଉଟ୍, ଆକର୍ଷଣୀୟ ମୂଲ୍ୟରେ ଗୁଣାତ୍ମକ ଉତ୍ପାଦ ରହିଛି ଯାହା ଗ୍ରାହକମାନଙ୍କ ହୃଦୟ ଜୟ କରିବ ଏବଂ ସେମାନଙ୍କ ନିତିଦିନିଆ ଜୀବନର ଏକ ଅଂଶ ହେବ । ବର୍ଷ ବର୍ଷ ଧରି ରିଲାଏନ୍ସ ସ୍ମାର୍ଟ, ନିଜର ଗ୍ରାହକଙ୍କର ନିତିଦିନିଆ ଆବଶ୍ୟକତା ଠାରୁ ଆରମ୍ଭ କରି ସ୍ୱତବ ଅବସରରେ ଆବଶ୍ୟକ ପଡୁଥିବା ଉତ୍ପାଦକୁ ଆକର୍ଷଣୀୟ ମୂଲ୍ୟରେ ଯୋଗାଇ ଆସୁଛି । ଗ୍ରାହକଙ୍କ ଉପରେ ଅଧିକରୁ ଅଧିକ ଧ୍ୟାନ ଦେବା ସହିତ ରିଲାଏନ୍ସ ସ୍ମାର୍ଟ ବୃହତ ଫର୍ମାଟରେ ବ୍ୟାପକ ବର୍ଗର ଉତ୍ପାଦ ଓ ଗ୍ରାହକଙ୍କ ଘର ନିକଟରେ ପହଂଚି ଗ୍ରାହକମାନଙ୍କୁ ସର୍ବଶ୍ରେଷ୍ଠ ସପିଙ୍ଗ ଅନୁଭୂତି ପ୍ରଦାନ କରୁଛି । ବର୍ତମାନ ୨୦୦ରୁ ଅଧିକ ରିଲାଏନ୍ସ ସ୍ମାର୍ଟ ଷ୍ଟୋର ଦେଶର ୧୨୫ ସହରରେ ରହିଛି ।

Comments are closed.