ରାଜ୍ୟକୁ ପୁଣି ଏକ ବାତ୍ୟା ଭୟ

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୫ ଓ ୬ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ଗଞ୍ଜାମ, ଗଜପତି, ରାୟଗଡା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।
ଏହି ସମୟରେ ୪୦ ରୁ ୪୫ କିଲୋମିଟର ବେଗରେ ପବନ ବହିପାରେ। ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ସେହିପରି ନଭେମ୍ବର ତୃତୀୟ ସପ୍ତାହ ବେଳକୁ ଉତ୍ତର ଓଡ଼ିଶାରେ ଶୀତ ଅନୁଭୂତ ହେବ ବୋଲି ଆକଳନ କରିଛି ପାଣିପାଗ ବିଭାଗ।