ବିଧାନସଭାର ସ୍ୱତନ୍ତ୍ର କମିଟି ବୈଠକ ଅନୁଷ୍ଠିତ

ଭୁବନେଶ୍ବର: ଆଜି ଓଡ଼ିଶା ବିଧାନସଭାର ସ୍ୱତନ୍ତ୍ର କମିଟି ବୈଠକ ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବିଧାନସଭାସ୍ଥିତ ବାଚସ୍ପତିଙ୍କ ପ୍ରକୋଷ୍ଠରେ ଅନୁଷ୍ଠିତ ଏହି ସ୍ୱତନ୍ତ୍ର କମିଟି ବୈଠକରେ ଅନ୍ୟ ରାଜ୍ୟମାନଙ୍କରେ ଉସ୍ଥାପିତ ହେଉଥିବା ବଜେଟ୍ ଯାଞ୍ଚ କରିବା ପାଇଁ ଗଠିତ ବିଭାଗୀୟ ସ୍ଥାୟୀ କମିଟିଙ୍କ ସୁପାରିଶ ଉପରେ ନିଆଯାଉଥିବା କାର୍ଯ୍ୟାନୁଷ୍ଠାନକୁ ଅନୁଧ୍ୟାନ କରାଯାଇଥିଲା ।
ଏହି ବୈଠକରେ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ, ଅର୍ଥ ଓ ଅବକାରୀ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ଜଙ୍ଗଲ ଓ ପରିବେଶ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବିଧାୟକ ପ୍ରଦିପ କୁମାର ଅମାତ, କିଶୋର କୁମାର ମହାନ୍ତି, ତାରା ପ୍ରସାଦ ବାହିନୀ ପତି, ଜୟନାରାୟଣ ମିଶ୍ର, ଲକ୍ଷ୍ମଣ ମୁଣ୍ଡା ପ୍ରମୁଖ ଅଂଶଗ୍ରହଣ କରିଥିଲେ। ଏଥିରେ ବିଧାନସଭାର ସଚିବ ଦାଶରଥୀ ଶତପଥୀଙ୍କ ସମେତ ବିଧାନସଭାରବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ।