ଘନୀଭୂତ ହେଉଛି ଲଘୁଚାପ: ୬ ଘଣ୍ଟାରେ ଅବପାତର ରୂପ ନେବା ସମ୍ଭାବନା

ଭୁବନେଶ୍ବର: ଘନୀଭୂତ ହେଉଛି ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ। ୱେଲ୍ ମାର୍କଡ ଲୋ-ପ୍ରେସରରେ ପରିଣତ ହେଲା ଲଘୁଚାପ। ଅଧିକ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସମ୍ଭାବନା। ୬ ଘଣ୍ଟା ଭିତରେ ଅବପାତର ରୂପ ନେବା ଆକଳନ କରାଯାଉଛି।
ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତର ରୂପ ନେବା ସହ ୪୮ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିଝଡରେ ପରିଣତ ହେବାର ସମ୍ଭାବନା ରହିଛି। ପ୍ରଭାବରେ ଆଣ୍ଡାମାନରେ ବର୍ଷା ଲାଗି ରହିଛି। ଆଜି ଏନେଇ ସ୍ପଷ୍ଟ ହେବ ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।