Odisha Link
Bridging the Missing Links in Odisha

ବୁଲିଲା ‘ବୁଲବୁଲ, ନେଲା ସାଇକ୍ଲୋନିକ୍ ଷ୍ଟର୍ମର ରୂପ

ଭୁବନେଶ୍ବର: ବାତ୍ୟା ବୁଲବୁଲ ଛୁଇଁବନି ଓଡ଼ିଶା। ଆଇଏମ୍‌ଡି ସୂଚନା ଆଧାରରେ ଏସଆରସି ପ୍ରଦୀପ ଜେନା ଏପରି ସୂଚନା ଦେଇଛନ୍ତି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଡିପ୍ ଡିପ୍ରେସନ୍ ସାଇକ୍ଲୋନିକ୍ ଷ୍ଟର୍ମରେ ପରିଣତ ହୋଇଛି। ଏହା ବର୍ତ୍ତମାନ ସମୁଦ୍ର ମଧ୍ୟରେ ଘଣ୍ଟାପ୍ରତି ୫ କିଲୋମିଟର ବେଗରେ ଉତ୍ତର ଦିଗକୁ ଗତି କରୁଛି।

ସାଇକ୍ଲୋନିକ ଷ୍ଟର୍ମ ‘ବୁଲବୁଲ୍’ ଏବେ ପାରାଦୀପଠାରୁ ୭୭୦ କିଲୋମିଟର ଦୂରରେ କେନ୍ଦ୍ରୀଭୂତ ହୋଇଛି। ଏହା ଉତ୍ତର ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ପଶ୍ଚିମବଙ୍ଗ ଓ ବାଂଲାଦେଶ ଆଡ଼କୁ ମୁହାଁଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ସିଭିୟର ସାଇକ୍ଲୋନିକ ଷ୍ଟର୍ମରେ ପରିଣତ ହେବା ପରେ ୩୬ ଘଣ୍ଟା ମଧ୍ୟରେ ଭେରି ସିଭିୟର ସାଇକ୍ଲୋନିକ ଷ୍ଟର୍ମର ରୂପ ନେବାର ଆଶଙ୍କା ରହିଛି। ବୁଲବୁଲ ପ୍ରଭାବରେ ଉତ୍ତର ଉପକୂଳ ଓଡିଶାରେ ୯ ଓ ୧୦ ତାରିଖରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।

Comments are closed.