Odisha Link
Bridging the Missing Links in Odisha

ଆନ୍ଧ୍ରରେ ତୈଳ ଓ ଗ୍ୟାସ ପ୍ରକଳ୍ପରେ ହେବ ବିପୁଳ ପୁଞ୍ଜିନିବେଶ: ଧର୍ମେନ୍ଦ୍ର

ହାଇଦ୍ରାବାଦ: ଭାରତ ସରକାରଙ୍କ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରାଳୟ ଆନ୍ଧ୍ରପ୍ରଦେଶରେ ଆଗାମୀ ୫ ବର୍ଷରେ ଏହି ସବୁ ପ୍ରକଳ୍ପରେ ବିପୁଳ ପୁଞ୍ଜିନିବେଶ କରିବାର ଯୋଜନା ରଖିଛି ବୋଲି ଶୁକ୍ରବାର ଆନ୍ଧ୍ରପ୍ରଦେଶର ବିଜୟୱାଡା ଠାରେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ୱାଇ.ଏସ୍ ଜଗନମୋହନ ରେଡ୍ଡିଙ୍କୁ ଭେଟି ସେଠାରେ ନିଆଯାଇଥିବା ବିଭିନ୍ନ ତୈଳ, ଗ୍ୟାସ ଓ ଇସ୍ପାତ୍ ପ୍ରକଳ୍ପର ସମୀକ୍ଷା କରିବା ପରେ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏହା ଦ୍ୱାରା ରାଜ୍ୟର ରାଜସ୍ୱ ବୃଦ୍ଧି ହେବା ସହ ଯୁବକଙ୍କ ପାଇଁ ଅଧିକରୁ ଅଧିକ ନିଯୁକ୍ତି ସୃଷ୍ଟି ହୋଇପାରିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

ଏହି ଅବସରରେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଏହି ସବୁ ପ୍ରକଳ୍ପ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସମର୍ଥନ ଓ ସହଯୋଗ ଦିଆଯିବ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଏହି ସବୁ ତୈଳ ଓ ଗ୍ୟାସ୍ ପ୍ରକଳ୍ପକୁ ନିର୍ଧାରତ ସମୟ ସୁଦ୍ଧା ଶେଷ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ଶ୍ରୀ ପ୍ରଧାନ।

ଶ୍ରୀ ପ୍ରଧାନ ସୂଚନା ଦେଇଛନ୍ତି ଯେ ଆନ୍ଧ୍ରପ୍ରଦେଶରେ ଏକ ଅଟୋନୋମସ୍ ପେଟ୍ରୋଲିୟମ ଇନ୍‌ଷ୍ଟିଚ୍ୟୁସନ୍ ସ୍ଥାପନା କରାଯିବ। ଯାହା ଦେଶର ତୈଳ ଏବ ଗ୍ୟାସ କ୍ଷେତ୍ରରେ କୁଶଳ କ୍ଷମତା ବିଶିଷ୍ଟ କାର୍ଯ୍ୟବଳ ତିଆରି କରିବାରେ ସହଯୋଗ କରିବ ।

ଏହି ଗସ୍ତ ଅବସରରେ ଶ୍ରୀ ପ୍ରଧାନ ସେଠାକାର ରାଜ୍ୟପାଳ ତଥା ଓଡିଶାର ବରିଷ୍ଠ ନେତା ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ମଧ୍ୟ ତାଙ୍କ ବାସଭବନରେ ଭେଟିଥିଲେ ଭ। ରାଜ୍ୟପାଳଙ୍କ ସହ ଏଠାରେ ନିଆଯାଇଥିବା ବିଭିନ୍ନ ତୈଳ ଓ ଗ୍ୟାସ ପ୍ରକଳ୍ପ ଉପରେ ସୂଚିତ କରିଥିଲେ ଶ୍ରୀ ପ୍ରଧାନ । ବିଶେଷ ଭାବରେ କ୍ରୀଷ୍ଣା-ଗୋଦାବରୀ ବେସିନ, ଯାହା ଭବିଷ୍ୟତରେ ଭାରତର ଗ୍ୟାସ ଚାହିଦାକୁ ପୂରଣ କରିବାର ବଡ କ୍ଷମତା ରଖିଛି ଏ ସମ୍ପର୍କରେ ମଧ୍ୟ ଅବଗତ କରାଇଥିଲେ ।

Comments are closed.