Odisha Link
Bridging the Missing Links in Odisha

ସର୍ବଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ପାଇଲେ ପ୍ରତାପ ଜେନା

ଭୁବନେଶ୍ବର: ଆଜି ସର୍ବଶ୍ରେଷ୍ଠ ମନ୍ତ୍ରୀ ପୁରସ୍କାର ପାଇଛନ୍ତି ରାଜ୍ୟ ପଞ୍ଚାୟତିରାଜ, ପାନୀୟଜଳ, ଆଇନ‌, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା। ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଆୟୋଜିତ ଏକ ଉତ୍ସବରେ କେନ୍ଦ୍ର ଦକ୍ଷତା ବିକାଶ ଓ ଔଦ୍ୟୋଗିକ ମନ୍ତ୍ରୀ ଡକ୍ଟର ମହେନ୍ଦ୍ର ନାଥ ପାଣ୍ଡେଙ୍କଠାରୁ ଶ୍ରୀ ଜେନା ଏହି ପୁରସ୍କାର ଗ୍ରହଣ କରିଛନ୍ତି।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ କ୍ୟାବିନେଟ୍‌‌ ମନ୍ତ୍ରୀ ଭାବେ ଶ୍ରୀ ଜେନା ଦାୟିତ୍ୱ ନିର୍ବାହ କରିଛନ୍ତି। ସେ ମାହାଙ୍ଗା ନିର୍ବାଚନମଣ୍ଡଳୀରୁ ପଞ୍ଚମଥର ପାଇଁ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇ ବିଜୁ କୃଷକ ଜନତା ଦଳର ସାଧାରଣ ସମ୍ପାଦକ ଅଛନ୍ତି। ୨୦୦୯ ରୁ ୨୦୧୨ ପର୍ଯ୍ୟନ୍ତ ଶ୍ରୀ ଜେନା ରାଜ୍ୟ ସରକାରରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ମନ୍ତ୍ରୀଭାବେ ଦାୟିତ୍ୱ ତୁଲାଇ ଥିବା ବେଳେ ବିଜେଡିର ପଞ୍ଚମ ପାଳି ସରକାରରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ, ଆଇନ‌, ସୂଚନା ଓ ଲୋକସମ୍ପର୍କ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗର ମନ୍ତ୍ରୀ ଅଛନ୍ତି।

Comments are closed.