Odisha Link
Bridging the Missing Links in Odisha

କାଲିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ

ଭୁବନେଶ୍ବର: ଆସନ୍ତାକାଲିଠୁ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହେଉଛି। ବିଭିନ୍ନ ପ୍ରସଙ୍ଗରେ ବିଧାନସଭାର ଏହି ଅଧିବେଶନ ବେଶ୍ ଉଷ୍ମ ହେବ ବୋଲି ଆକଳନ କରାଯାଉଥିବାବେଳେ ପ୍ରଥମ ଦିନରେ ଦିବଂଗତ ସଦସ୍ୟଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ସହ ୨୦୧୯-୨୦ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ୍ ମଧ୍ୟ ଆଗତ ହେବାର କାର୍ଯ୍ୟକ୍ରମ ରହିଛି।

ବିଧାନସଭା ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଅଧିବେଶନର ପ୍ରଥମଦିନରେ ଗୃହରେ ୩ଜଣ ପୂର୍ବତନ ବିଧାୟକ ଓ ଜଣେ ଶହୀଦ ପୁଲିସ ଯବାନଙ୍କ ସମ୍ମାନରେ ଗୃହରେ ଶୋକ ପ୍ରସ୍ତାବ ଆଗତ ହେବା ସହ ଏହା ଉପରେ ଆଲୋଚନା ହେବ। ପୂର୍ବତନ ବିଧାୟକ ସହୁରା ମଲ୍ଲିକ, ଉଦିତ୍ ପ୍ରତାପ ଦେଓ ଓ ବୃନ୍ଦାବନ ପାତ୍ରଙ୍କ ସମେତ ଓଡ଼ିଶା ପୁଲିସର ସଶସ୍ତ୍ର ଯବାନ ଜୟରାମ କବାସିଙ୍କ ଉଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆସିବ। ଅପରାହ୍ନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ୨୦୧୯-୨୦ ମସିହାରେ ଅତିରିକ୍ତ ବଜେଟ୍ ଗୃହରେ ଉପସ୍ଥାପନ ହେବାର କାର୍ଯ୍ୟକ୍ରମ ରହିଛି।

Comments are closed.