Odisha Link
Bridging the Missing Links in Odisha

ଗଛରୁ ଉଦ୍ଧାର ହେଲା ଛାତ୍ରଙ୍କ ମୃତଦେହ

ମାଲକାନଗିରିର: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡାରେ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।
ମିଳିଥିବା ସୂଚନା ଅନୁସାରେ, ଆଜି ସକାଳ ପ୍ରାୟ ୮ଟା ସମୟରେ ହଷ୍ଟେଲର ଜଣେ ଛାତ୍ରଙ୍କ ମୃତଦେହ ବିଦ୍ୟାଳୟ ନିକଟରେ ଥିବା ଏକ ଗଛରେ ଝୁଲନ୍ତା ଅବସ୍ଥାରେ ଦେଖିବାକୁ ମିଳିଥିଲା। ମୃତଦେହ ଦେଖି ସ୍ଥାନୀୟଲୋକ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ମାଲକାନଗିରି ସଦର ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି । ମୃତ ଛାତ୍ର ଜଣକ ବିଦ୍ୟାଳୟର ଅଷ୍ଟମ ଶ୍ରେଣୀର ଛାତ୍ର ଭୀମରାଜ ପଡ଼ିଆମୀ ବୋଲି ଜଣାପଡିଛି। ସେ ନିଜ ଗାମୁଛାରେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ଘଟଣାର ଅଧିକ ତଦନ୍ତ ଜାରି ରଖିଛି ପୋଲିସ।

Comments are closed.