ଫାଲ୍କନ୍ ଗ୍ୟାସ୍ ଲିକ୍ ଘଟଣା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ବର: ଫାଲ୍କନ୍ ଚିଙ୍ଗୁଡ଼ି ପ୍ଲାଣ୍ଟରେ ଗ୍ୟାସ୍ ଲିକ୍ ହୋଇ ଶହେ ଶ୍ରମିକ ଅସୁସ୍ଥ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ। ଫାଲକନ କର୍ତ୍ତୃପକ୍ଷଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଷ୍ଟାଟସ ରୁଲ ଉଲ୍ଲଂଘନ ଓ ସୁରକ୍ଷା ଅଣଦେଖା ପାଇଁ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। କ୍ଷତିଗ୍ରସ୍ତ ଶ୍ରମିକମାନଙ୍କୁ ମଧ୍ୟ କ୍ଷତିପୂରଣ ଦେବାକୁ ଦାବି କଲେ ପ୍ରତାପ ଷଡ଼ଙ୍ଗୀ।
ସୂଚନା ଅନୁସାରେ ବାଲେଶ୍ୱର ଜିଲ୍ଲା ଖନ୍ତପଡ଼ା ଥିବା ଫାଲ୍କନ୍ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ କ୍ଲୋରିନ୍ ଗ୍ୟାସ୍ ଲିକ୍ ଯୋଗୁ ଗତକାଲି ୭୦ରୁ ଉର୍ଦ୍ଧ୍ବ ମହିଳା କର୍ମଚାରୀ ଅଣନିଃଶ୍ୱାସୀ ହୋଇ ଅସୁସ୍ଥ ହୋଇପଡ଼ିଥିଲେ। ଏହି ଘଟଣାରେ କମ୍ପାନୀ ବିରୋଧରେ ମାମଲା ରୁଜୁ ହୋଇଛି। ପୁଲିସ୍ ଫ୍ୟାକ୍ଟ୍ରି ସିଲ୍ କରିବା ସହ ୭ ଅଧିକାରୀଙ୍କୁ ଅଟକ ରଖି ପଚରାଉଚରା କରୁଛି। ଫ୍ୟାକ୍ଟ୍ରିର ସମସ୍ତ କର୍ମଚାରୀଙ୍କୁ ବାହାର କରି ଦିଆ ଯାଇଥିଲା।