Odisha Link
Bridging the Missing Links in Odisha

ଉତ୍କଳକେଶରୀ ଡ. ହରେକୃଷ୍ଣ ମହତାବଙ୍କ ଜୟନ୍ତୀ ପାଳିତ

ଭୁବନେଶ୍ୱର : ଓଡ଼ିଶା ବିଧାନସଭା ଆନୁକୂଲ୍ୟରେ ଡ. ହରେକୃଷ୍ଣ ମହତାବଙ୍କ ୧୨୦ତମ ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ବିଧାନସଭା ପରିସରରେ ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ବାଚସ୍ପତି ଡ. ପାତ୍ର ବିଧାନସଭା ପ୍ରାଙ୍ଗଣରେ ବିଶିଷ୍ଟ ଜନନେତା ଉତ୍କଳକେଶରୀ ଡ. ମହତାବଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।

ଉପବାଚସ୍ପତି ରଜନୀକାନ୍ତ ସିଂହ, ବିରୋଧୀଦଳ ନେତା ପ୍ରଦୀପ୍ତ କୁମାର ନାଏକ, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ କିଶୋର ଦାସ, ଅବକାରୀ, ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ, ସମବାୟ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ରାଜସ୍ୱ ଓ ବିପର୍ଯ୍ୟପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ମହିଳା ଏବଂ ଶିଶୁ ବିକାଶ ଓ ମିଶନଶକ୍ତି ମନ୍ତ୍ରୀ ଟୁକୁନି ସାହୁ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି, ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକଙ୍କ ସମେତ ବିଧାନସଭାର ମାନ୍ୟବର ସଦସ୍ୟ, ପୂର୍ବତନ ସଦସ୍ୟ, ଉତ୍କଳ ସମ୍ମିଳନୀର କର୍ମକର୍ତ୍ତା ଓ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏହି ମହାନ ବର ପୁତ୍ରଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

ଶାଶ୍ୱତି ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର କଳାକାରମାନେ ଉତ୍କଳକେଶରୀଙ୍କ ସୃତିରେ ଏକ ସଙ୍ଗୀତ ପରିବେଷଣ କରିଥିଲେ । ଏହି ଅବସରରେ ମହାବିଦ୍ୟାଳୟସ୍ତରୀୟ ବକ୍ତୃତା ଓ ପ୍ରବନ୍ଧ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ବିଧାନସଭା ସଚିବ ଦାଶରଥୀ ଶତ ପଥୀ ଓ ବିଧାନସଭାର କର୍ମଚାରୀମାନେ ଉପସ୍ଥିତ ଥିଲେ । ଯୁଗ୍ମ ନିର୍ଦ୍ଦେଶକ (ଗବେଷଣା) ଶିବ ପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମଟିକୁ ସଂଯୋଜନା କରିଥିଲେ ।

Comments are closed.