Odisha Link
Bridging the Missing Links in Odisha

ପେଟ୍ରୋଲ ପମ୍ପ ନିକଟରେ ଯୁବକଙ୍କୁ ପିଟିପିଟି ହତ୍ୟା

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ନିକଟରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି।

ମିଳିଥିବା ସୂଚନା ଅନୁସାରେ, ଖଲ୍ଲିକୋଟ କେଶପୁର ପେଟ୍ରୋଲ ପମ୍ପ ନିକଟରେ ଗତକାଲି ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଯୁବକଙ୍କୁ ହତ୍ୟା ପରେ ଘଟଣାସ୍ଥଳରୁ ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି। ମୃତ ଯୁବକ ଜଣଙ୍କ ରାମଚନ୍ଦ୍ରପୁର ଗାଁର ଶଙ୍କର ପାହାନ ବୋଲି ଜଣାପଡିଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରିବା ସହ ଶବ ବ୍ୟବଛେଦ ପାଇଁ ମେଡିକାଲରେ ଭର୍ତ୍ତି କରିଛି ।

Comments are closed.