Odisha Link
Bridging the Missing Links in Odisha

ରାଜସ୍ଥାନରେ ସଡ଼କ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୧୧

ରାଜସ୍ଥାନ: ଆଜି ଭୋର ୩ଟା ସମୟରେ ରାଜସ୍ଥାନର ନାଗୌରର କୁଚମନରେ ଘଟିଛି ଏକ ବଡ଼ ଧରଣର ସଡ଼କ ଦୁର୍ଘଟଣା। ସୂଚନା ମୁତାବକ ୨ଟି ମିନିବସ ନିୟନ୍ତ୍ରଣ ହରାଇ ରାସ୍ତାକଡ଼ରେ ଥିବା ଗଛକୁ ଶକ୍ତ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ଏହି ସଡ଼କ ଦୁର୍ଘଟଣାରେ ୧୧ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ଅନେକ ଯାତ୍ରୀ ଆହତ ହୋଇଛନ୍ତି। ଗୁରୁତରମାନଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆହତ ଯାତ୍ରୀମାନଙ୍କ ମଧ୍ୟରୁ କିଛି ଯାତ୍ରୀଙ୍କ ଅବସ୍ଥା ଗୁରୁତର ଥିବା ଜଣାପଡିଛି।

ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ଲୋକଙ୍କ ମଧ୍ୟରେ ୫ ଜଣ ମହିଳା ଓ ୨ ଜଣ ଶିଶୁ ଥିଲେ। ଏହି ଦୁର୍ଘଟଣା ଆଜି କିଷନଗନ ହନୁମାନଗନ ମେଘା ରାଜପଥରେ ଘଟିଛି । ଖବର ପାଇବାପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ସେଠାରେ ତଦନ୍ତ ଆରମ୍ଭ କରିଛି।

Comments are closed.