Odisha Link
Bridging the Missing Links in Odisha

ଉତ୍କଳ ବିଶ୍ବବିଦ୍ୟାଳୟ ପ୍ଲାଟିନମ୍‌ ଜୁବୁଲି: ଆଜି ମହାମିଳନ

ଭୁବନେଶ୍ବର: ଉତ୍କଳ ବିଶ୍ବବିଦ୍ୟାଳୟ ପାଳନ କରୁଛି ଉତ୍କଳ ପ୍ଲାଟିନମ୍‌ ଜୁବୁଲି ଉଦ୍‌ଯାପନୀ ଉତ୍ସବ। କାଲି ପ୍ରଥମ ଦିନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦଯାପନୀ ଉତ୍ସବର ଉଦଘାଟନ କରିଥିଲେ। ସେହିପରି ଆଜି ବିଶ୍ବବିଦ୍ୟାଳୟ କ୍ୟାମ୍ପସରେ ଆଜି ପୁରାତନ ଛାତ୍ରଛାତ୍ରୀଙ୍କ ମହାମିଳନ ଅନୁଷ୍ଠିତ ହେବ। ସକାଳ ୯ଟାରୁ ୧୦ଟା ୪୫ପର୍ଯ୍ୟନ୍ତ ପୁରାତନ ଛାତ୍ରଛାତ୍ରୀ ସେମାନଙ୍କ ବିଭାଗ ପରିଦର୍ଶନ କରିବେ। ପୂର୍ବାହ୍ନ ୧୧ଟାରୁ ଅପରାହ୍‌ଣ ୧ଟା ୩୦ ପର୍ଯ୍ୟନ୍ତ ବିଜୁ ପଟ୍ଟନାୟକ କ୍ରୀଡ଼ା ପ୍ରାଙ୍ଗଣରେ ପୁରାତନ ଛାତ୍ରଛାତ୍ରୀଙ୍କ ମହାମିଳନ ହେବ।

ଆଲୁମିନି ଆଫେୟାରର ଆବାହକ ବିଜୟ କୁମାର ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ସମ୍ମିଳନୀରେ କେନ୍ଦ୍ର ପେଟ୍ରୋଲିୟମ୍‌ ଓ ପ୍ରାକୃତିକ ଗ୍ୟାସ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେବାକୁ ଥିବା ବେଳେ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ, ସାଂସଦ ଅଚ୍ୟୁତ ସାମନ୍ତ, ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଘଡ଼ାଇ, ପଞ୍ଚାନନ କାନୁନ୍‌ଗୋ, ପ୍ରସାଦ ହରିଚନ୍ଦନ, ପୃଥୀରାଜ ହରିଚନ୍ଦନ ଅତିଥି ଭାବେ ଯୋଗଦେବେ। ଅପରାହ୍‌ଣ ୩ଟାରୁ ୫ଟା ପର୍ଯ୍ୟନ୍ତ ‘ଇଣ୍ଡଷ୍ଟ୍ରି ଆଣ୍ଡ ଏକାଡେମିଆ କନେକ୍ଟ: ରିସର୍ଚ୍ଚ, ପ୍ଲେସମେଣ୍ଟ ଓ କ୍ୟାମ୍ପସ ଡେଭଲପ୍‌ମେଣ୍ଟ’ ଶୀର୍ଷକ ଅଧିବେଶନରେ ନାଲ୍‌କୋ ସିଏମ୍‌ଡି ତପନ କୁମାର ଚାନ୍ଦ, ଆଇଏଏସ୍‌ ହୃଷୀକେଶ ପଣ୍ଡା, ଆପିଏସ୍‌ ସୁଧାଂଶୁ ଷଡ଼ଙ୍ଗୀ ଭାଗ ନେବେ। ସନ୍ଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ‌ହେବ। ଉତ୍ସବରେ ପ୍ରାୟ ୧୦ହଜାର ପୁରାତନ ଛାତ୍ରଛାତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

Comments are closed.