Odisha Link
Bridging the Missing Links in Odisha

୨୭ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୭ଟି ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି। ଖାରବେଳ ଭବନରେ ଭିଡିଓ କନଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ଏହି ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୫ଟି ପ୍ରକଳ୍ପର ଉଦଘାଟନ କରିଥିବାବେଳେ ୨୨ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ୨୭ଟି ପ୍ରକଳ୍ପରେ ମୋଟ ୮୯୩୯ କୋଟି ପୁଞ୍ଜିନିବେଶ କରାଯାଇଥିବାବେଳେ ୧୨, ୧୪୨ଙ୍କୁ ନିଯୁକ୍ତି ସୁଯୋଗ ମିଳିବ ବୋଲି ଜଣାଯାଇଛି।

Comments are closed.