Odisha Link
Bridging the Missing Links in Odisha

ଶ୍ରେଣୀ କକ୍ଷରେ ହିଁ ଦେଶର ଭବିଷ୍ୟତ ଗଠନ କରାଯାଇଥାଏ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶିକ୍ଷାଦାନ ଏକ ମହାନ ବୃତ୍ତି। ଶ୍ରେଣୀ କକ୍ଷରେ ହିଁ ଦେଶର ଭବିଷ୍ୟତ ଗଠନ କରାଯାଇଥାଏ ବୋଲି ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ରବୀନ୍ଦ୍ର ମଣ୍ଡପରେ ଅନୁଷ୍ଠିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ନବନିଯୁକ୍ତ ୪୯୮ ଜଣ ଶିକ୍ଷକ ଓ ୮ ଜଣ ଅଧ୍ୟାପକଙ୍କ ମାର୍ଗଦର୍ଶକ କାର୍ଯ୍ୟକ୍ରମରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଏହା କହିଛନ୍ତି। ଏହାଛଡ଼ା କେବଳ ପୁସ୍ତକଗତ ଶିକ୍ଷା ଦାନ ଉପରେ ସୀମିତ ନରହି ଛାତ୍ରଛାତ୍ରୀଙ୍କ ଚରିତ୍ର ଗଠନ ଓ ସେମାନଙ୍କ ମଧ୍ୟରେ ନୈତିକ ମୂଲ୍ୟବୋଧର ବିକାଶ ଉପରେ ଶିକ୍ଷକମାନେ ଗୁରୁତ୍ୱ ଦେବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଗୁରୁତ୍ୱାରରୋପ କରିଛନ୍ତି।

ଗୁଣାତ୍ମକ ଶିକ୍ଷା ପ୍ରତି ରାଜ୍ୟ ସରକାରଙ୍କ ପ୍ରତିବଦ୍ଧତାକୁ ଦୋହରାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ବର୍ତ୍ତମାନ ରାଜ୍ୟରେ ୨୧୪ଟି ଆଦର୍ଶ ବିଦ୍ୟାଳୟ ଥିବାବେଳେ ଖୁବ ଶୀଘ୍ର ଆଉ ୧୦୦ଟି ଆଦର୍ଶ ବିଦ୍ୟାଳୟ ଖୋଲାଯିବ । ଆଦର୍ଶ ବିଦ୍ୟାଳୟ ଉତ୍ତମ ଶିକ୍ଷାଦାନ ସହିତ ପିଲାଙ୍କ ସ୍ୱପ୍ନକୁ ସାକାର କରିବାରେ ସହାୟକ ହେବ ବାଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଥିଲେ।

ଏହି ଅବସରରେ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷା ଦେଇଥିବା ଆଦର୍ଶ ବିଦ୍ୟାଳୟର ପ୍ରଥମ ବ୍ୟାଚର ପିଲାମାନଙ୍କ ମଧ୍ୟରେ ଉଲ୍ଲେଖନୀୟ କୃତୀତ୍ୱ ହାସଲ କରିଥିବା ୯ଜଣ ଛାତ୍ରଛାତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିବା ସହ ଆଦର୍ଶ ବିଦ୍ୟାଳୟର ନୂଆ ୱେବସାଇଟର ଲୋକାର୍ପଣ କରିଥିଲେ ।ଏହି କାର୍ଯ୍ୟକ୍ରମରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଡଃ ବିଜୟ ସାହୁ, ବିଭାଗୀୟ ଶାସନ ସଚିବ ଓ ପ୍ରକଳ୍ପ ନିଦେ୍ର୍ଧଶକ ପ୍ରମୁଖ ଉପସ୍ଥିତ ଥିଲେ ।

Comments are closed.