Odisha Link
Bridging the Missing Links in Odisha

୫ଟିରେ ଉଚ୍ଚଶିକ୍ଷା ବିଭାଗ

ଭୁବନେଶ୍ବର: ୫-ଟିରେ ସାମିଲ ହେବ ଉଚ୍ଚଶିକ୍ଷା ବିଭାଗ। ଏଥିପାଇଁ ଯୋଜନା ଓ ସଂଯୋଜନା ବିଭାଗକୁ ଚିଠି ଲେଖିଛି ଉଚ୍ଚଶିକ୍ଷା ବିଭାଗ। ୫-ଟି ଲାଗୁ ହେବା ଦ୍ୱାରା ଅଧ୍ୟାପକଙ୍କ ଉପସ୍ଥାନ ସାତ ଘଣ୍ଟା ବାଧ୍ୟତାମୂଳକ ହେବ। ଛାତ୍ରଛାତ୍ରୀଙ୍କ ଲାଗି ସ୍କଲାରସିପ ପରିଷଦ ଗଠନ ହେବ। ଲ୍ୟାପଟପ ବାଣ୍ଟିବା ଲାଗି ରାଜ୍ୟସ୍ତରୀୟ ବଦଳରେ ଜିଲ୍ଲା ଓ ବ୍ଲକସ୍ତରୀୟ ମେଧାବୀ ତାଲିକା ବଛା ଯାଇ ଲ୍ୟାପଟପ ବଣ୍ଟାଯିବ। ଏସଏମଏସ ଓ ୱେବସାଇଟ ମାଧ୍ୟମରେ ଛାତ୍ରଛାତ୍ରୀ ଫିଡବ୍ୟାକ ପଠାଇପାରିବେ।
କଲେଜ ଓ ବିଶ୍ୱବିଦ୍ୟାଳୟ କ୍ଷେତ୍ରରେ ଅଧ୍ୟାପକଙ୍କୁ ରାଜ୍ୟ ତଥା ଦେଶ ବାହାରକୁ ପଠାଯିବ। ବିଶ୍ୱବିଦ୍ୟାଳୟ ସ୍ତରରେ କ୍ୟାରିୟର କାଉନସେଲିଂ ସେଲକୁ ସୁଦୃଢ କରାଯିବ। ଓଡିଆ ଛାତ୍ରଛାତ୍ରୀଙ୍କୁ ସର୍ବଭାରତୀୟ ସେବା ପରୀକ୍ଷା ବାହାର ରାଜ୍ୟରେ ଦେବା ପାଇଁ ବ୍ୟବସ୍ଥା ହେବ। ମୋ ସ୍କୁଲ ଭଳି ମୋ କଲେଜ ପ୍ରତିଷ୍ଠା ହେବ। ଏଥିରେ ପୁରୁଣା ଛାତ୍ରଛାତ୍ରୀ କଲେଜ ଲାଗି ଟଙ୍କା ଦେଇପାରିବେ।

Comments are closed.