Odisha Link
Bridging the Missing Links in Odisha

ବିଭାଗୀୟ ସ୍ଥାୟୀ କମିଟି-୩ଙ୍କର ନବମ ବୈଠକ

ଭୁବନେଶ୍ବର: ଆଜି ବିଧାନସଭା ବିଭାଗୀୟ ସ୍ଥାୟୀ କମିଟି-୩ଙ୍କର ନବମ ବୈଠକ ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବିଧାନସଭାସ୍ଥିତ ପ୍ରକୋଷ୍ଠ ନଂ-୫୫ରେ ଅନୁଷ୍ଠିତ ଏହି ବୈଠକରେ କମିଟିର ସଦସ୍ୟମାନଙ୍କ ମଧ୍ୟରେ ପ୍ରାରମ୍ଭିକ ଆଲୋଚନା ସହ ପୂର୍ତ୍ତ ଏବଂ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର କାର୍ଯ୍ୟାବଳୀ ସଂପର୍କରେ ଆଲୋଚନା ହୋଇଥିଲା।

ଏହି ବୈଠକରେ ବିଧାୟକ ଅମର ପ୍ରସାଦ ଶତପଥୀ, ତାରା ପ୍ରସାଦ ବାହିନୀ ପତି, ବ୍ୟୋମକେଶ ରାୟ, ଅନନ୍ତ ନାରାୟଣ ଜେନା, ବିକ୍ରମ କୁମାର ପଣ୍ଡା, ଜୟନ୍ତ କୁମାର ଷଡଙ୍ଗୀ, ପ୍ରକାଶ ସୋରେନ୍‌ ପ୍ରମୁଖ ଅଂଶଗ୍ରହଣ କରିଥିଲେ। ଏଥିରେ ବିଧାନସଭାର ସଚିବ ଦାଶରଥୀ ଶତପଥୀଙ୍କ ସମେତ ପୂର୍ତ୍ତ ଏବଂ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ତଥା ବିଧାନସଭାର ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ ।

Comments are closed.