Odisha Link
Bridging the Missing Links in Odisha

ଗୋଦାମରେ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସଂପତ୍ତି ନଷ୍ଟ

ବାରିପଦା: ବାରିପଦା ସହର ଉପକଣ୍ଠ ସଦର ଥାନା ମଞ୍ଚାବନ୍ଧା ନିକଟରେ ଥିବା କାଗଜ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ ପାଇଁ ଉଦ୍ୟମ ଚାଲିଛି।
ମିଳିଥିବା ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ସଦର ଥାନା ମଞ୍ଚାବନ୍ଧା ଠାରେ ଏକ ରଦ୍ଦି କାଗଜ ଗୋଦାମରେ ନିଆଁ ଲାଗିଯାଇଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର କାର୍ଟୁନ ପୋଡି ପାଉଁଶ ହୋଇଯାଇଛି। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ ପାଇଁ ଉଦ୍ୟମ ଜାରି ରଖିଛି।

Comments are closed.