ଦିନ ୧ଟାରେ ନିର୍ଭୟା ରାୟ
ନୂଆଦିଲ୍ଲୀ: ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ଅଭିଯୁକ୍ତ ଅକ୍ଷୟ କୁମାର ସିଂର ପୁନର୍ବିଚାର ଆବେଦନ ଉପରେ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ଶେଷ ହୋଇଛି। ନବଗଠିତ ଏକ ତିନିଜଣିଆ ବେଞ୍ଚ ଏହି ଆବେଦନର ଶୁଣାଣି ଶେଷ କରିଛନ୍ତି। ଦିନ ଗୋଟାଏରେ ଏହାର ରାୟ ଆସିବ।
ଏହି ଆବେଦନର ଶୁଣାଣି ଗତକାଲି ହେବାକୁ ଥିଲେ ମଧ୍ୟ ପ୍ରଧାନ ବିଚାରପତି ଜଷ୍ଟିସ ଏସ.ଏ. ବୋବଡ଼େ ଏହି ଶୁଣାଣି ପାଇଁ ଗଠିତ ବେଞ୍ଚରୁ ନିଜକୁ ପ୍ରତ୍ୟାହାର କରିବା ପରେ ଏକ ନୂଆ ବେଞ୍ଚ ଗଠନ କରାଯାଇଥିଲା ଓ ଶୁଣାଣି ବୁଧବାରକୁ ଘୁଞ୍ଚିଥିଲା । ପ୍ରଧାନ ବିଚାରପତିଙ୍କ ପୁତୁରା ପୂର୍ବରୁ ଏହି ମାମଲାରେ ନିର୍ଭୟାର ପକ୍ଷ ରଖିଥିବାରୁ ମାମଲାର ନିରପେକ୍ଷତା ପାଇଁ ପ୍ରଧାନ ବିଚାରପତି ନିଜକୁ ଏହି ବେଞ୍ଚରୁ ପ୍ରତ୍ୟାହାର କରିନେଇଥିଲେ । ଏହି ମାମଲାର ଶୁଣାଣି ପାଇଁ ଏକ ନୂଆ ତିନିଜଣିଆ ବେଞ୍ଚ ଗଠନ କରାଯାଇଥିଲା।
ଉଲ୍ଲେଖଯୋଗ୍ୟ ଯେ, ୨୦୧୨ ମସିହା ଡିସେମ୍ବର ୧୬ ତାରିଖରେ ପାରାମେଡ଼ିକାଲ ଛାତ୍ରୀ ନିର୍ଭୟାକୁ ଏକ ଚଳନ୍ତା ବସରେ ଗଣ-ଦୁଷ୍କର୍ମ କରାଯିବା ସହ ଅମାନୁଷିକ ନିର୍ଯ୍ୟାତନା ଦିଆଯାଇଥିଲା । ୬ ଜଣ ବ୍ୟକ୍ତି ଏହି କାଣ୍ଡ ଘଟାଇବା ପରେ ତାକୁ ଚଳନ୍ତା ବସରୁ ଫିଙ୍ଗିଦେଇଥିଲେ ।ଗୁରୁତର ଆହତ ଅବସ୍ଥାରେ ଚିକିତ୍ସିତ ହେଉଥିବା ନିର୍ଭୟା, ସେହିବର୍ଷ ଡିସେମ୍ବର ୨୯ରେ ସିଙ୍ଗାପୁରର ମାଉଣ୍ଟ ଏଲିଜାବେଥ ହସପିଟାଲରେ ମୃତ୍ୟୁବରଣ କରିଥିଲେ ।
Comments are closed.