Odisha Link
Bridging the Missing Links in Odisha

ବର୍ଷା ଧୋଇ ଦେଲା ୨୦୨୦ର ପ୍ରଥମ ଟି-୨୦

ଗୌହାଟୀ: ବର୍ଷା ଧୋଇଦେଲା ୨୦୨୦ର ପ୍ରଥମ ଟି-୨୦ ମ୍ୟାଚ୍। ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ତିନିମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମୁକାବିଲା ବର୍ଷା କାରଣରୁ ବାତିଲ ହୋଇଛି। ରବିବାର ଏଠାକାର ବର୍ଷାପଡ଼ା କ୍ରିକେଟ୍ ଷ୍ଟାଡିୟମରେ ଟସ୍ ପରେ ଗୋଟିଏ ବି ବଲ୍ ପଡ଼ିବା ପୂର୍ବରୁ ମ୍ୟାଚକୁ ବାତିଲ କରିଦିଆଯାଇଛି। ଟସ୍ ପରେ ଲଗାତର ବର୍ଷା କାରଣରୁ ମ୍ୟାଚ୍ ଆରମ୍ଭ ହୋଇପାରିନଥିଲା।

ବର୍ଷା ବନ୍ଦ ହେବା ସତ୍ତ୍ୱେ ଆଉଟ୍ ଫିଲ୍ଡ ଓ ପିଚ୍ ଓଦା ରହିବା କାରଣରୁ ଅମ୍ପାୟାର ଶେଷରେ ମ୍ୟାଚକୁ ବାତିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମ୍ୟାଚ୍ ବାତିଲ୍ ହେବା ଦ୍ୱାରା ଷ୍ଟାଡିୟମରେ ଉପସ୍ଥିତ ହଜାର ହଜାର ସଂଖ୍ୟକ ଦର୍ଶକଙ୍କୁ ନିରାଶ ହେବାକୁ ପଡ଼ିଛି। ଏଥିସହ ନୂଆ ବର୍ଷରେ ଟିମ୍ ଇଣ୍ଡିଆ ମଧ୍ୟ ତା’ର ପ୍ରଥମ ମ୍ୟାଚ୍ ଖେଳିବାରୁ ବଞ୍ଚିତ ହୋଇଛି।

Comments are closed.