Odisha Link
Bridging the Missing Links in Odisha

ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ବସ୍

ଯାଜପୁର: ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ୭ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି । ବସ୍ ରେ ଥିବା ଅନ୍ୟ ଯାତ୍ରୀମାନେ ଅଳ୍ପକେ ବର୍ତ୍ତିଯାଇଛନ୍ତି ।


ମିଳିଥିବା ସୂଚନା ଅନୁସାରେ ଯାଜପୁର ଜିଲ୍ଲା ମଠସାହି ଗାଁ ନିକଟରେ ଯାତ୍ରୀବାହୀ ବସ୍ ଦୁର୍ଘଟଣା ହୋଇଛି । ଗୋଲକୁଣ୍ଡରୁ କଟକ ଯାଉଥିଲା ‘ମା’ ମଙ୍ଗଳା’ ନାମକ ବସ୍ ଟି ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟି ପଡିଛି । ଦୁର୍ଘଟଣାରେ ୭ ଜଣ ଯାତ୍ରୀ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ବସ୍ ରେ ଥିବା ଅନ୍ୟ ଯାତ୍ରୀମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚିଛି ।

Comments are closed.