Odisha Link
Bridging the Missing Links in Odisha

ଗଛରୁ ଉଦ୍ଧାର ହେଲା ଯୁବକଙ୍କ ମୃତଦେହ

ରାଉରକେଲ : ରାଉରକେଲାର ଟିମ୍ବର କଲୋନୀ ଅଞ୍ଚଳରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଲେ ବକ୍ସର ମୁଣ୍ଡା। ତାଙ୍କ ଘର ଟିମ୍ବର କଲୋନୀରେ।
ମିଳିଥିବା ସୂଚନା ଅନୁସାରେ ଆଜି ସକାଳେ ବକ୍ସରଙ୍କ ମୃତଦେହ ଗଛରେ ଝୁଲୁଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ସେମାନେ ପୁଲିସକୁ ଖବର ଦେଇଥିଲେ। ପ୍ଲାଣ୍ଟ ସାଇଟ୍‌ ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

Comments are closed.