ନାଲକୋର ୪୦ତମ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର : ନବରତ୍ନ ଲୋକଉଦ୍ୟମ ନ୍ୟାସନାଲ୍ ଆଲୁମିନିୟମ୍ କମ୍ପାନୀ ଲିମିଟେଡ୍ ପକ୍ଷରୁ ଏହାର ୪୦ତମ ପ୍ରତିଷ୍ଠା ଦିବସ ପାଳନ ଅବସରରେ ଭୁବନେଶ୍ୱର ସ୍ଥିତ ନାଲ୍କୋ ନଗରଠାରେ ଆୟୋଜିତ ଏକ ଉତ୍ସବରେ କଳାକାର, ଅନୁଷ୍ଠାନ ଏବଂ ପ୍ରସିଦ୍ଧ ବିଶାରଦଙ୍କୁ ଓଡ଼ିଶୀ ନୃତ୍ୟ, ଭିନ୍ନକ୍ଷମଙ୍କ ଥଇଥାନ ନିମନ୍ତେ କାର୍ଯ୍ୟ ଏବଂ ସଂସ୍କୃତ ଭାଷାର ପ୍ରଚାରପ୍ରସାର ଆଦି ପାଇଁ ସମ୍ମାନଜନକ ପୁରସ୍କାର ପ୍ରଦାନ କରାଯାଇଛି ।
ସଂସ୍କୃତ ଭାଷା ଓ ସାହିତ୍ୟର ପ୍ରଚାରପ୍ରସାର ପାଇଁ ପ୍ରଫେସର୍ ପ୍ରଫୁଲ୍ଲ କୁମାର ମିଶ୍ର ଏବଂ ପ୍ରଫେସର୍ ରଘୁନାଥ ପଣ୍ଡାଙ୍କୁ ନାଲ୍କୋ କାଳିଦାସ ସମ୍ମାନ ପ୍ରଦାନ କରାଯାଇଛି । ଓଡ଼ିଶୀ ନୃତ୍ୟ କ୍ଷେତ୍ରରେ ସଫଳତା ଓ ଅବଦାନ ପାଇଁ ନୃତ୍ୟଗୁରୁ ବର୍ଗରେ ଭରତ ଚରଣ ଗିରି ଓ ରୂପଶ୍ରୀ ମହାପାତ୍ରଙ୍କୁ ନାଲକୋ ଖାରବେଳ ସମ୍ମାନ ପ୍ରଦାନ କରାଯାଇଥିବା ବେଳେ ନୃତ୍ୟଶିଳ୍ପୀ ବର୍ଗରେ ଗୌରୀଶଙ୍କର ଦାଶ ଓ ମଞ୍ଜୁଶ୍ରୀ ପଣ୍ଡାଙ୍କୁ ନାଲକୋ ଖାରବେଳ ସମ୍ମାନ ପ୍ରଦାନ କରାଯାଇଛି ।
ଭିନ୍ନକ୍ଷମଙ୍କ ଥଇଥାନ ନିମନ୍ତେ କାର୍ଯ୍ୟ ପାଇଁ ଗଞ୍ଜାମ ଅର୍ଥୋପେଡିକାଲି ହାଣ୍ଡିକ୍ୟାପ୍ଡ ୱେଲଫେୟାର୍ଆ ସୋସିଏସନକୁ ନାଲକୋ ସ୍ମାଇଲସ ପୁରସ୍କାର ପ୍ରଦାନ କରାଯାଇଛି । ପ୍ରତ୍ୟେକ ବିଜେତାଙ୍କୁ ପୁରସ୍କାର ରାଶି ଓ ମାନପତ୍ର ପ୍ରଦାନ କରାଯାଇଥିଲା ।