Odisha Link
Bridging the Missing Links in Odisha

କାଲିଠୁ ବର୍ଷା

ଭୁବନେଶ୍ବର: ମଧ୍ୟପ୍ରଦେଶରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଓଡ଼ିଶାର କିଛି ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ନୂଆପଡ଼ା, ବରଗଡ଼ ଓ ସମ୍ବଲପୁରରେ ଘଡ଼ଘଡ଼ି ସହିତ ବର୍ଷାର ସମ୍ଭାବନା ରହିଛି। ସେହିପରି ପରବର୍ତ୍ତୀ ୨୪ଘଣ୍ଟାରେ କଳାହାଣ୍ଡି, ବଲାଙ୍ଗୀର କନ୍ଧମାଳ, ​ବୌଦ୍ଧ, ସୋନପୁର, ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜରେ ବର୍ଷାର ସମ୍ଭାବନା ରହିଛି। ଉପରୋକ୍ତ ଜିଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ନିଂ ଜାରି କରାଯାଇଛି। ଆସନ୍ତା ୨୪ଘଣ୍ଟାରେ ପଶ୍ଚିମ ଓ ଉତ୍ତରରେ ବର୍ଷାର ସମ୍ଭାବନା ଥିବାବେଳେ ପରବର୍ତ୍ତୀ ୨୪ଘଣ୍ଟାରେ ଉପକୂଳ ଓ ଆଭ୍ୟନ୍ତ୍ରୀଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି। ତେବେ ୧୧ତାରିଖ ସକାଳ ସୁଦ୍ଧା ରାୟଗଡ଼ା, ଗଞ୍ଜାମ, ଗଜପତି, କୋରାପୁଟ, କେନ୍ଦୁଝର, ମୟୂରଭଞ୍ଜରେ ହାଲୁକା ବର୍ଷା ହେବ।

Comments are closed.