Odisha Link
Bridging the Missing Links in Odisha

ପାରଳା ରାଜାଙ୍କ ବିୟୋଗରେ ଗଭୀର ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ପାରଳା ମହାରାଜା ଗୋପୀନାଥ ଗଜପତି ନାରାୟଣ ଦେଓଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ସ୍ବର୍ଗତ ମହାରାଜା ଗୋପୀନାଥ ଗଜପତି ବ୍ରହ୍ମପୁର ଲୋକସଭା ନିର୍ବାଚନମଣ୍ଡଳୀରୁ ୨ ଥର ଲୋକସଭାକୁ ନିର୍ବାଚିତ ହୋଇଥିଲେ। ତାଙ୍କ ମୃତ୍ୟୁ ଓଡ଼ିଶା ପାଇଁ ଅପୂରଣୀୟ କ୍ଷତି। ମୁଖ୍ୟମନ୍ତ୍ରୀ ମହାରାଜାଙ୍କ ପରିବାରକୁ ଗଭୀର ସମବେଦନା ଜଣାଇବା ସହିତ ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି।

ସୂଚନା ଅନୁସାରେ ଆଜି ଭୋର ପ୍ରାୟ ୪ଟାରେ ମହାରାଜା ଗୋପୀନାଥ ଗଜପତି ନାରାୟଣ ଦେଓଙ୍କର ଭୁବନେଶ୍ଵରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଯାଇଛି। ମରଶରୀରକୁ ପାରଳାଖେମୁଣ୍ଡି ନିଆଯିବା ପରେ ରାଜକୀୟ ପରମ୍ପରା ଅନୁସାରେ ସେଠାରେ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ସୂଚନା ମିଳିଛି।

Comments are closed.