Odisha Link
Bridging the Missing Links in Odisha

କନଭେନସନ୍ ସେଣ୍ଟର୍ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ଲୋକସେବା ଭବନ ପରିସରରେ କନଭେନସନ୍ ସେଣ୍ଟର୍ ତଥା ଅତ୍ୟାଧୁନିକ ସମ୍ମିଳନୀ ଗୃହକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଉଦଘାଟନ ଉତ୍ସବରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଖଣି, ଇସ୍ପାତ ଓ ପୂର୍ତ୍ତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ ଏବଂ ୫ଟି ସଚିବ ଭି.କେ ପାଣ୍ଡିଆନ୍ ପ୍ରମୁଖ ଉପସ୍ଥିତ ଥିଲେ।

ସୂଚନା ଅନୁସାରେ ପ୍ରାୟ ୪୦କୋଟି ଟଙ୍କା ବ୍ୟୟରେ ନିର୍ମିତ ଏହି ସମ୍ମିଳନୀ ଗୃହ ଦୁଇ ଥର ଉଦଘାଟନ ହେବ ବୋଲି ଆଗରୁ ତାରିଖ ଧାର୍ଯ୍ୟ ହୋଇଥିଲ। ଏପରିକି ଗତ ବର୍ଷ ଗାନ୍ଧୀ ଜୟନ୍ତୀ ସୁଦ୍ଧା ସମସ୍ତ କାମ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଗଷ୍ଟ, ୨୦୧୯ରେ ନିର୍ଦେଶ ଦେଇଥିଲେ। ହେଲେ ଧାର୍ଯ୍ୟ ସମୟରେ କାମ ସରି ନ ଥିବାରୁ ଏହାର ଉଦଘାଟନ ହୋଇପାରି ନ ଥିଲା। ତେବେ ଆଜି ଏହି କନଭେନସନ୍ ସେଣ୍ଟର୍ ଉଦଘାଟିତ ହୋଇଛି। ଲୋକସେବା ଭବନରେ ସମ୍ମିଳନୀ କକ୍ଷର ଅଭାବ ରହୁଥିବାରୁ ଏବଂ ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମ ପାଇଁ ରାଜଧାନୀରେ ସରକାରୀ ଅଡିଟୋରିୟମର ଅଭାବ ପଡ଼ୁଥିବାରୁ ଏହାକୁ ନଜରରେ ରଖି ଏହି କନ୍ଭେନସନ ସେଣ୍ଟର ନିର୍ମାଣ ହୋଇଛି।
ପୂର୍ତ୍ତ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଏହି ଅତ୍ୟାଧୁନିକ କନଭେନସନ୍ ସେଣ୍ଟରରେ ଓଡ଼ିଶାର କଳା, ଐତିହ୍ୟ ଓ କାରୁକାର୍ଯ୍ୟ ଦେଖିବାକୁ ମିଳିବ। ଏଥିପାଇଁ ସ୍ୱତନ୍ତ୍ର ଭାବେ ଏହାକୁ ନିର୍ମାଣ କରାଯାଇଛି। କନଭେନସନ୍ ସେଣ୍ଟରଟି ଇକୋ ଫ୍ରେଣ୍ଡଲି ହେବା ସହ ସୌର ଶକ୍ତିରେ ଚାଲିବା ବ୍ୟବସ୍ଥା, ଜଳ ସଂରକ୍ଷଣ ବ୍ୟବସ୍ଥାକୁ ଗୁରୁତ୍ୱ ଦିଆଯାଇଛି।

Comments are closed.