Odisha Link
Bridging the Missing Links in Odisha

ଯୁକ୍ତ ଦୁଇ ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କୁ ଆଶ୍ବାସନା ଦେଲେ ମନ୍ତ୍ରୀ

ଭୁବନେଶ୍ବର: ଚଳିତ ବର୍ଷ ଲାଗୁ ହେବନି ଯୁକ୍ତ ଦୁଇ ପ୍ରଥମ ବର୍ଷ ପରୀକ୍ଷାରେ ୩୩ ପ୍ରତିଶତ ମାର୍କ ରଖିବା ପ୍ରସଙ୍ଗରେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ପ୍ରତିକ୍ରିୟା ରଖିଛନ୍ତି। ପିଲା ପ୍ରସ୍ତୁତ ହୋଇନପାରିଲେ ବିଚାର କରିବେ ସରକାର। ଆସନ୍ତା ଶିକ୍ଷାବର୍ଷରୁ ଏହି ନିୟମ ଲାଗୁ କରାଯିବା ନେଇ ପଦକ୍ଷେପ ନେବେ ସରକାର।

ସୂଚନା ଅନୁସାରେ ଏହାକୁ ନେଇ ରାଜ୍ୟର ବିଭିନ୍ନ ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି ଦେଖାଦେଇଥିଲା। ଯୁକ୍ତ ଦୁଇ ପ୍ରଥମ ବର୍ଷ ପରୀକ୍ଷାରେ ୩୩ ପ୍ରତିଶତ ମାର୍କ ରଖିଲେ ଦ୍ବିତୀୟ ବର୍ଷକୁ ଉତ୍ତୀର୍ଣ୍ଣ ହୋଇପାରିବା ନେଇ ରାଜ୍ୟ ସରକାର ନେଇଥିବା ନୂଆ ନିଷ୍ପତ୍ତିକୁ ବିରୋଧ କରିଥିଲେ ଛାତ୍ରଛାତ୍ରୀ। ଆଜି ଭୁବନେଶ୍ବର ରମାଦେବୀ ବିଶ୍ବବିଦ୍ୟାଳୟ ସମେତ ଚନ୍ଦ୍ରଶେଖର ପୁର ଆଚାର୍ଯ୍ୟ ହରିହର ମହାବିଦ୍ୟାଳୟରେ ଛାତ୍ର ଅଶାନ୍ତି ଦେଖାଦେଇଥିଲା। ରମାଦେବୀରେ ଯୁକ୍ତ ଦୁଇ ପ୍ରଥମ ବର୍ଷର ଛାତ୍ରୀମାନେ ବିଶ୍ବବିଦ୍ୟାଳୟ ଫାଟକରେ ତାଲା ପକାଇଦେଇଥିଲେ। ଟାୟାର ଜାଳି ବିଶ୍ବବିଦ୍ୟାଳୟ ସମ୍ମୁଖ ରାସ୍ତା ଅବରୋଧ କରିଥିଲେ। ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଥିଲା। ସ୍ଥିତି ନିୟନ୍ତ୍ରଣ କରିବା ଲାଗି ପୋଲିସ ମୁତୟନ କରାଯାଇଛି। ଯୁକ୍ତ ଦୁଇ ପ୍ରଥମ ବର୍ଷ ପରୀକ୍ଷା ପାଇଁ ହୋଇଥିବା ନୂଆ ନିୟମ ନେଇ ରାଜ୍ୟର ବିଭିନ୍ନ କଲେଜରେ ଛାତ୍ର ଅଶାନ୍ତି ଦେଖାଦେଇଥିଲା।

Comments are closed.