Odisha Link
Bridging the Missing Links in Odisha

ରମାଦେବୀ ବିଶ୍ବବିଦ୍ୟାଳୟରେ ଛାତ୍ରୀ ଅଶାନ୍ତି : ଫାଟକରେ ତାଲା

ଭୁବନେଶ୍ବର: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟରେ ଛାତ୍ରୀ ଅଶାନ୍ତି ଦେଖାଦେଇଛି। ଯୁକ୍ତ ୨ ପ୍ରଥମ ବର୍ଷର ଛାତ୍ରୀମାନେ ବିଶ୍ବବିଦ୍ୟାଳୟ ଫାଟକରେ ତାଲା ପକାଇଛନ୍ତି।
ଯୁକ୍ତ ୨ ପ୍ରଥମ ବର୍ଷରେ ୩୩ ପ୍ରତିଶତ ମାର୍କ ରଖିବା ନିଷ୍ପତ୍ତିକୁ ବିରୋଧ କରି ଛାତ୍ରୀମାନେ ତାଲା ପକାଇଥିବା ଜଣାପଡିଛି। ଏହାସହ ଟାୟାର ଜାଳି ବିଶ୍ବବିଦ୍ୟାଳୟ ସମ୍ମୁଖ ରାସ୍ତା ମଧ୍ୟ ଅବରୋଧ କରିଛନ୍ତି।
ଫଳରେ ଘଟଣାସ୍ଥଳରେ ଉତ୍ତେଜନା ଦେଖାଦେଇଛି। ସୁରକ୍ଷା ଦୃଷ୍ଟିରୁ ପୋଲିସ ମୁତୟନ କରାଯାଇଛି।

Comments are closed.