Odisha Link
Bridging the Missing Links in Odisha

ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ ରହିବ

ପୁରୀ : ଶ୍ରୀମନ୍ଦିରରେ ଆଜି ବନକଲାଗି ନୀତି ପାଇଁ ମହାପ୍ରଭୁଙ୍କ ୪ ଘଣ୍ଟା ଦର୍ଶନ ବନ୍ଦ ରହିବ। ଅପରାହ୍ନ ୪ଟାରୁ ୮ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବନକଲାଗି ନୀତି ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ମାତ୍ର ଉକ୍ତ ସମୟରେ ଭକ୍ତମାନେ ମନ୍ଦିର ବେଢାରେ ଅନ୍ୟ ଦେବାଦେବୀଙ୍କୁ ଦର୍ଶନ କରିପାରିବେ।

Comments are closed.