Odisha Link
Bridging the Missing Links in Odisha

ସ୍ତ୍ରୀର ତଣ୍ଟି କାଟିଲା ସ୍ୱାମୀ

ଢେଙ୍କାନାଳ: ସ୍ତ୍ରୀର ତଣ୍ଟି କାଟିଲା ସ୍ୱାମୀ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଢେଙ୍କାନାଳ ଜିଲ୍ଲା ମୋଟଙ୍ଗା ଥାନା ଅନ୍ତର୍ଗତ ନାଣ୍ଡିପୋଲିଆ ଗାଁରେ। ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀର ତଣ୍ଟି କାଟି ହତ୍ୟା କରିଛି। ମୃତକଙ୍କ ନାଁ ସବିତା ନାୟକ ଓ ଅଭିଯୁକ୍ତଙ୍କ ନାଁ ସୁବାସ ନାୟକ। ଆଜି ସକାଳେ ସୁବାସ ଓ ସବିତାଙ୍କ ମଧ୍ୟରେ କୌଣସି କାରଣକୁ ନେଇ ଝଗଡ଼ା ହୋଇଥିଲା। ଏହା ପରେ ସବିତା ଶୋଇଥିବା ସମୟରେ ସୁବାସ ଏକ ଧାରୁଆ ବ୍ଲେଡ୍‌ରେ ତାଙ୍କ ତଣ୍ଟି କାଟି ଦେଇଥିଲେ। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ପୁଲିସ୍‌ ଏନେଇ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଅଭିଯୁକ୍ତ ସୁବାସଙ୍କୁ ଅଟକ ରଖି ଘଟଣାର ତଦନ୍ତ ଆରମ୍ଭ କରିଛି।

Comments are closed.