Odisha Link
Bridging the Missing Links in Odisha

ତପ୍ତପାଣି ଘାଟିରେ ସଡ଼କ ଦୁର୍ଘଟଣାରେ ରାଜ୍ୟ ବିଜେପିର ଗଭୀର ଶୋକ

ଭୁବନେଶ୍ୱର : ଗଞ୍ଜାମ ଜିଲ୍ଲାର ତପ୍ତପାଣି ଘାଟିରେ ହୋଇଥିବା ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ହୋଇଥିବା ବ୍ୟକ୍ତିଙ୍କ ବିୟୋଗରେ ରାଜ୍ୟ ସଭାପତି ସମୀର ମହାନ୍ତି ଏବଂ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ ଗଭୀର ଶୋକ ବ୍ୟକ୍ତ କରିଛନ୍ତି । ଏହା ସହ ସ୍ୱର୍ଗତଃ ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ।

ମହାନ୍ତି ଏବଂ ନାୟକ ଆହତ ଯାତ୍ରୀଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଆହତମାନଙ୍କୁ ରାଜ୍ୟ ସରକାର ଚିକିତ୍ସାର ସୁବନ୍ଦୋବସ୍ତ ଓ ମୃତକ ପରିବାରଙ୍କୁ ତୁରନ୍ତ ସହାୟତା ଯୋଗାଇ ଦେବା ପାଇଁ ମହାନ୍ତି ଅନୁରୋଧ କରିଛନ୍ତି ।

ଏହି ସ୍ଥାନରେ ବାରମ୍ବାର ଦୁର୍ଘଟଣା ଘଟୁଥିବାବେଳେ ପ୍ରଶାସନର ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉନାହିଁ ବୋଲି ମହାନ୍ତି କ୍ଷୋଭ ପ୍ରକାଶ କରିବା ସହ ଦୁର୍ଘଟଣା ରୋକିବା ପାଇଁ ବିହୀତ ପଦକ୍ଷେପ ଗ୍ରହଣ କରିବା ପାଇଁ ଦାବି କରିଛନ୍ତି ।

Comments are closed.