Odisha Link
Bridging the Missing Links in Odisha

ତପ୍ତ ପାଣି ବସ୍‌ ଦୁର୍ଘଟଣା ଶୋକ ପ୍ରକାଶ କଲେ ସୂର୍ଯ୍ୟନାରାୟଣ

ଭୁବନେଶ୍ୱର : ଗଞ୍ଜାମ ଜିଲ୍ଲାର ତପ୍ତ ପାଣିଠାରେ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣା ଗ୍ରସ୍ତ ହୋଇଛି । ଏଥିରେ କିଛି ବ୍ୟକ୍ତି ମୃତ୍ୟୁବରଣ କରିଥିବାବେଳେ ଅନେକ ଯାତ୍ରୀ ଆହତ ହୋଇଛନ୍ତି । ଏହି ଦୁଃଖଦ ଖବର ଶୁଣି ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର ଗଭୀର ଶୋକ ପ୍ରକାଶ କରିଛନ୍ତି ।

ଡ. ପାତ୍ର ମୃତ୍ୟୁବରଣ କରିଥିବା ଯାତ୍ରୀମାନଙ୍କର ଆତ୍ମାର ସଦ୍‌ଗତି କାମନା କରିବା ସହିତ ଶୋକସନ୍ତପ୍ତ ପରିବାରଙ୍କୁ ଗଭୀର ସମବେଦନା ଜଣାଇଛନ୍ତି । ତତ୍‌ ସଙ୍ଗେ ସଙ୍ଗେ ସେ ଆହତ ଯାତ୍ରୀମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

Comments are closed.