Odisha Link
Bridging the Missing Links in Odisha

ଟ୍ରକକୁ ଧକ୍କା ଦେଲା କଣ୍ଟେନର, ଡ୍ରାଇଭର ଗୁରୁତର

ବାଲେଶ୍ବର: ବାଲେଶ୍ୱର ଜିଲ୍ଲାର ଜଳେଶ୍ୱରରେ ଗତକାଲି ରାତିରେ ଏକ କଣ୍ଟେନର ଟ୍ରକ୍‌ ପଛରେ ଧକ୍କା ହେବାରୁ ଟ୍ରକ୍‌ ଡ୍ରାଇଭର ଗୁରୁତର ଭାବେ ଆହତ ହୋଇଥିବା ଜଣାପଡିଛି। ତାଙ୍କୁ ଚିକିତ୍ସା ଲାଗି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଗତକାଲି ରାତିରେ ଲକ୍ଷ୍ମଣନାଥ ଟୋଲଗେଟ୍‌ ନିକଟରେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣା ଘଟାଇବା ପରେ କଣ୍ଟେନର ଡ୍ରାଇଭର ଘଟଣାସ୍ଥଳରୁ ଚମ୍ପଟ ମାରିଥିବା ଜଣାପଡିଛି। ଦୁର୍ଘଟଣା ଘଟାଇଥିବା କଣ୍ଟେନରରେ ୧୦୦ରୁ ଊର୍ଦ୍ଧ୍ୱ ଗୋରୁ ଥିବା ଜଣାପଡିଛି। ଘଟଣାସ୍ଥଳରେ ସ୍ଥାନୀୟ ପୁଲିସ ପହଞ୍ଚି ତଦନ୍ତ ଜାରି ରଖିଥିବା ସୂଚନା ମିଳିଛି।

Comments are closed.