Odisha Link
Bridging the Missing Links in Odisha

ରାଜ୍ୟରେ ଆସନ୍ତା ଦୁଇ ଦିନ ଯାଏଁ ଘନ କୁହୁଡ଼ି

ଭୁବନେଶ୍ବର : ଆସନ୍ତା ଦୁଇ ଦିନ ଧରି ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ଘନ କୁହୁଡ଼ି ଲାଗି ରହିବ। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଭଦ୍ରକ, ଯାଜପୁର, କନ୍ଧମାଳ, ସୋନପୁର, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାରେ ଘନ କୁହୁଡ଼ି ଦେଖାଯିବ। କୁହୁଡ଼ି ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଫେବୃଆରୀ ୪ ତାରିଖ ପର୍ଯ୍ୟନ୍ତ ଥଣ୍ଡା କମିବା ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ଉପକୂଳ ଓଡ଼ିଶା ସମେତ ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ଗଜପତି, କଳାହାଣ୍ଡି, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାରେ ସ୍ବଳ୍ପ ବର୍ଷା ହୋଇପାରେ। ଗତ ୩୬ ଘଣ୍ଟା ମଧ୍ୟରେ ପାରାଦୀପରେ ୧୭.୪ ମିମି ବର୍ଷା ହୋଇଥିବା ବେଳେ ବାଲେଶ୍ବର ଓ ବାରିପଦାରେ ୧୬, ରାୟଗଡ଼ାରେ ୧୩.୨, ଚାନ୍ଦବାଲିରେ ୧୦.୨ ମିମି ବର୍ଷା ହୋଇଥିବା ବେଳେ ଭୁବନେଶ୍ବର, ଭବାନୀପାଟଣା, ବଲାଙ୍ଗୀର, ସୋନପୁର, ଦାରିଙ୍ଗବାଡ଼ି, ନୟାଗଡ଼, କେନ୍ଦୁଝରର କେତେକ ସ୍ଥାନରେ ହାଲୁକା ବର୍ଷା ହୋଇଛି।

Comments are closed.