Odisha Link
Bridging the Missing Links in Odisha

ଦକ୍ଷିଣ ଓଡିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡିଶାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ୮ଟି ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ଏନେଇ ଭୁବନେଶ୍ବରଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଗଜପତି, ରାୟଗଡା, ସୁନ୍ଦରଗଡ, ରାୟଗଡା, ନୂଆପଡା ଓ ନୟାଗଡ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି। ଘନ କୁହୁଡ଼ିକୁ ନେଇ କନ୍ଧମାଳ, କଳାହାଣ୍ଡି, କୋରାପୁଟ, ବଲାଙ୍ଗୀର ଓ ଅନୁଗୁଳ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହ ୫ ତାରିଖଠାରୁ ସ୍ବଳ୍ପରୁ ମଧ୍ୟମଧରଣର ବର୍ଷା ଲାଗିରହିବ । ୫ ଓ ୬ ତାରିଖରେ ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ଭଦ୍ରକରେ ଘଡ଼ଘଡ଼ି ସହ ବର୍ଷା ଓ ଘୂର୍ଣ୍ଣିଝଡ଼ ହୋଇପାରେ । ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ରାତିର ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ।

Comments are closed.