Odisha Link
Bridging the Missing Links in Odisha

ଉତ୍କଳଗୌରବ ମଧୁସୂଦନ ଦାସଙ୍କ ଶ୍ରାଦ୍ଧୋତ୍ସବ ପାଳିତ

ଭୁବନେଶ୍ୱର : ଓଡ଼ିଶା ବିଧାନସଭା ଆନୁକୂଲ୍ୟରେ ଆଜି ଉତ୍କଳଗୌରବ ମଧୁସୂଦନ ଦାସଙ୍କ ୮୬ତମ ଶ୍ରାଦ୍ଧଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ବିଧାନସଭା ପରିସରରେ ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ଏକ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଛି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଧାନସଭା ପ୍ରାଙ୍ଗଣରେ ଓଡ଼ିଶାର ବର ପୁତ୍ର ତଥା ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ମୁଖ୍ୟ ପୁରୋଧା ଉତ୍କଳଗୌରବଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପାର୍ଘ୍ୟ ଅର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ ।

ବାଚସ୍ପତି ଡ. ପାତ୍ର, ଜଙ୍ଗଲ ଓ ପରିବେଶ, ସଂସଦୀୟ ବ୍ୟାପାର ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ, ପଞ୍ଚାୟତିରାଜ ଓ ପାନୀୟ ଜଳ, ଆଇନ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା, ରାଜସ୍ୱ ଓ ବି ପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାର୍ଣ୍ଡି, ସୂଚନା ଓ ଲୋକସଂପର୍କ, ଜଳସଂପଦ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ସମେତ ବିଧାନସଭାର ମାନ୍ୟବର ସଦସ୍ୟସଦସ୍ୟା, ପୂର୍ବତନ ସଦସ୍ୟ, ଉତ୍କଳ ସମ୍ମିଳନୀର କର୍ମକର୍ତ୍ତା ଓ ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଏହି ମହାନ ବର ପୁତ୍ରଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।

ଶାଶ୍ୱତି ସାମାଜିକ ଓ ସାଂସ୍କୃତିକ ଅନୁଷ୍ଠାନର କଳାକାରମାନେ ଉତ୍କଳଗୌରବ ମଧୁସୂଦନଙ୍କ ସୃତିରେ ସଙ୍ଗୀତ ପରିବେଷଣ କରିଥିଲେ । ଏହି କାର୍ଯ୍ୟକ୍ରମରେ ବିଧାନସଭା ସଚିବ ଦାଶରଥୀ ଶତପଥୀ, ସୂଚନା ଓ ଲୋକସଂପର୍କ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ବରଦା ପ୍ରସନ୍ନ ଦାସ ଓ ବିଧାନସଭାର କର୍ମଚାରୀମାନେ ଉପସ୍ଥିତ ଥିଲେ । ଯୁଗ୍ମ ନିର୍ଦ୍ଦେଶକ (ଗବେଷଣା) ଶିବ ପ୍ରସାଦ ପଟ୍ଟନାୟକ କାର୍ଯ୍ୟକ୍ରମଟିର ସଂଯୋଜନା କରିଥିଲେ ।

Comments are closed.