Odisha Link
Bridging the Missing Links in Odisha

୪ ଦିନ ଯାଏ ଲାଗିରହିବ କୋହଲା ପାଗ ସାଙ୍ଗକୁ ବର୍ଷା

ଭୁବନେଶ୍ବର: ଆସନ୍ତା ୪ ଦିନ ଯାଏ ରାଜ୍ୟରେ ଲାଗିରହିବ କୋହଲା ପାଗ ସାଙ୍ଗକୁ ବର୍ଷା। ଉପକୂଳ ଓ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଥିବା ବେଳେ ଦିନତମାମ କୋହଲା ପାଗ ଲାଗିରହିବ। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆଜି ବଲାଙ୍ଗୀର, ବୌଦ୍ଧ, କନ୍ଧମାଳ, ସୋନପୁର, ଅନୁଗୁଳ, ନୟାଗଡ଼, କଟକ, ଦେବଗଡ଼, ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଏଥିସହ ରାୟଗଡ଼ା, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର କେତେକ ସ୍ଥାନରେ ଘନ କୁହୁଡ଼ି ଦେଖା ଦେଇଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶା, ଦକ୍ଷିଣ ଓଡ଼ିଶା, ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲାର କେତେକ ସ୍ଥାନରେ ହାଲୁକା ବର୍ଷା ସାଙ୍ଗକୁ ଘୂର୍ଣ୍ଣିଝଡ଼ ହେବାର ସମ୍ଭାବନା ରହିଛି। ଆସନ୍ତା ୭ ଓ ୮ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାର କେତେକ ସ୍ଥାନରେ ଘୂର୍ଣ୍ଣିଝଡ଼ ସହ ହାଲୁକା ବର୍ଷା ହେବ। ଏଥିସହ ଖୋର୍ଧା, କଟକ, ଜଗତସିଂହପୁର, କନ୍ଧମାଳ, ନୟାଗଡ଼ ଓ ବଲାଙ୍ଗୀରରେ ବି ସମାନ ସ୍ଥିତି ଲାଗିରହିବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।

Comments are closed.