Odisha Link
Bridging the Missing Links in Odisha

ଭିଜିଲାନ୍ସ ଜାଲରେ ମହିଳା ଯୋଗାଣ ନିରୀକ୍ଷକ

ଖୋର୍ଦ୍ଧା: ଖୋର୍ଦ୍ଧା ବ୍ଲକର ଯୋଗାଣ ନିରୀକ୍ଷକ ମାର୍ଶାଲିନ ପଢିହାରୀ ଜଣେ ଡିଲରଙ୍କଠାରୁ କିରୋସିନ ଉଠାଣ ପାଇଁ ଅନୁମତି ଦେବାକୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ବାରା ଗିରଫ ହୋଇଛନ୍ତି।
ମିଳିଥିବା ସୂଚନା ଅନୁସାରେ, ପଲ୍ଲା ଅଞ୍ଚଳରେ ଡିଲର ଅମ୍ବିକା ପ୍ରଶାଦ ଦାସ ପ୍ରାୟ ୧୬ଜଣ କଣ୍ଟ୍ରୋଲ ଡିଲରଙ୍କ ଠାରୁ ୨୦ହଜାର ଟଙ୍କା ନେଉଥିଲେ ଯୋଗାଣ ନିରୀକ୍ଷକ। ଟଙ୍କା ଦେଉଥିବା ବେଳେ ସେଠାରେ ପୂର୍ବରୁ ପ୍ରସ୍ତୁତ ହୋଇ ରହିଥିବା ଖୋର୍ଦ୍ଧା, ନୟାଗଡ, ଭୁବନେଶ୍ବର ଭିଜିଲାନ୍ସ ଟିମ୍ ମିଳିତ ଭାବେ ଚଢ଼ାଉ କରିଥିଲା। ଘଟଣାସ୍ଥଳରୁ ଯୋଗାଣ ନିରୀକ୍ଷକଙ୍କୁ ଗିରଫ କରିବା ସହ ତାଙ୍କଠାରୁ ନଗଦ ଟଙ୍କା ଜବତ କରାଯାଇଛି। ଏହିପରି ପ୍ରତି ମାସରେ କିରୋସିନ ଉଠାଣ ଅନୁମତି ପାଇଁ ଖୋର୍ଦ୍ଧା ବ୍ଲକର ଯୋଗାଣ ନିରୀକ୍ଷକ ମାର୍ଶାଲିନ ପଢିହାରି ଲାଞ୍ଚ ନେଉଥିବା ଅଭିଯୋଗ ହୋଇଛି। ସେହିପରି ମାର୍ଶାଲିନଙ୍କ ଡୁମୁଡୁମା ସ୍ଥିତ ବାସଭବନ ରେଡ଼ ମଧ୍ୟ କରିଥିଲା ଭିଜିଲାନ୍ସ ।

Comments are closed.