Odisha Link
Bridging the Missing Links in Odisha

ଆସନ୍ତା ୨୪ଘଣ୍ଟା ପ୍ରବଳ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପାଗ କୋହଲା ରହିବା ସହ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ଓ ଘୂର୍ଣ୍ଣିଝଡର ସମ୍ଭାବନା ରହିଛି।

ଏଥିସହ ଏହି ସମୟ ମଧ୍ୟରେ ବିଭିନ୍ନ ଜିଲ୍ଲାରେ ବିଜୁଳି, ଘଡଘଡି ସହ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହି ଘୂର୍ଣ୍ଣିଝଡ ହେବାର ଆଶଙ୍କା ରହିଛି । ଏଥିପାଇଁ ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ପାଣିପାଗ ବିଭାଗର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ଯେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସମ୍ବଲପୁର, ପୁରୀ, ଗଞ୍ଜାମ ଓ ଜଗତସିଂହପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଗତକାଲି ସନ୍ଧ୍ୟାରୁ ଆଜି ସକାଳ ପର୍ଯ୍ୟନ୍ତ ସୁନ୍ଦରଗଡ, କେନ୍ଦୁଛର, ଝାରସୁଗୁଡା, ସମ୍ବଲପୁର ଓ ବଲାଙ୍ଗୀର ଜିଲ୍ଲାରେ ଘନ କୁହୁଡି ପଡିଛି ।

Comments are closed.