Odisha Link
Bridging the Missing Links in Odisha

ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଉଦ୍‌ଘାଟିତ

ଭୁବନେଶ୍ୱର: ହସ୍ତଶିଳ୍ପ, ବୟନ ଓ ହସ୍ତତନ୍ତ ବିଭାଗ ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ହସ୍ତଶିଳ୍ପ ପ୍ରଦର୍ଶନୀ ଉଦ୍‌ଘାଟିତ ହୋଇଯାଇଛି । ଗତ କାଲି ସନ୍ଧ୍ୟାରେ ଜନତା ମଇଦାନଠାରେ ସୁରେଶ ଚନ୍ଦ୍ର ମହା ପାତ୍ର, ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଏହି ହସ୍ତଶିଳ୍ପ ପ୍ରଦର୍ଶନୀର ଶୁଭ ଉଦଘ।ଟନ କରି କହିଛନ୍ତି ଯେ ହସ୍ତଶିଳ୍ପର ନିୟମିତ ବିକ୍ରୟ ପାଇଁ ବ୍ୟବସ୍ଥା କରାଯାଉଛି । ହସ୍ତଶିଳ୍ପର ବଜାର ସୃଷ୍ଟି ନିମନ୍ତେ ଭୁବନେଶ୍ୱର, ପୁରୀ ଓ କୋଣାର୍କଠାରେ ସ୍ଥାୟୀ ଆଉଟ୍‌ଲେଟ୍‌ର ସୁବିଧା କରାଯାଇଛି ।

ଆମ ଓଡ଼ିଶା ଏକ ଉତ୍କୃଷ୍ଟ ହସ୍ତଶିଳ୍ପ କଳାର ରାଜ୍ୟ । ଓଡ଼ିଶା ସରକାରଙ୍କ ଦ୍ୱାରା ଅନୁମୋଦିତ ୫୦ ଗୋଟି ହସ୍ତଶିଳ୍ପକୁ ଆଧାର କରି ୧ ଲକ୍ଷ ୩୦ ହଜାରରୁ ଊର୍ଦ୍ଧ୍ୱ କାରିଗରମାନେ ବିଭିନ୍ନ ସମାଗ୍ରୀ ଉତ୍ପାଦନ କରୁଛନ୍ତି ।

ହସ୍ତଶିଳ୍ପ କଳାକୃତି ପାଇଁ ଆମ ରାଜ୍ୟ ଓଡ଼ିଶା ବହୁସଂଖ୍ୟାରେ ଜାତୀୟ ସ୍ତରୀୟ ପୁରସ୍କାର ପ୍ରାପ୍ତ ହେବାର ଗୌରବ ଅର୍ଜନ କରିଛି । ଅଦ୍ୟାବଧି ୧୬୮ ଜଣ ହସ୍ତଶିଳ୍ପୀ ଜାତୀୟ ପୁରସ୍କାର ପ୍ରାପ୍ତ ହୋଇଛନ୍ତି ଏବଂ ତନ୍ମଧ୍ୟରୁ ୪ ଜଣ ପଦ୧⁄୨ ପୁରସ୍କାର ୧୧ ଜଣ ଶିଳ୍ପିଗୁରୁ ଭାବେ ସମ୍ମାନିତ ହୋଇଛନ୍ତି । ଏତଦ୍‌ବ୍ୟତୀତ ୨୯୦ ଜଣ ହସ୍ତଶିଳ୍ପୀ ରାଜ୍ୟସ୍ତରୀୟ ପୁରସ୍କାର ଗ୍ରହଣ କରିଛନ୍ତି ।

ଓଡ଼ିଶା ସରକାର ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ମାଧ୍ୟମରେ ହସ୍ତଶିଳ୍ପର ବିକାଶ ପାଇଁ ବିଭିନ୍ନ ପ୍ରୋତ୍ସାହନମାନ ପ୍ରଦାନ କରୁଛନ୍ତି । ବଜାର ସହାୟତା ପାଇଁ ପ୍ରଦର୍ଶନୀମାନ ଆୟୋଜନ କରାଯାଉଛି ।

କାରିଗର, ସ୍ୱୟଂ ସହାୟକ ଗୋଷ୍ଠୀ, ଶୀର୍ଷ ଅନୁଷ୍ଠାନ ଓ ସମବାୟ ସମିତିମାନଙ୍କୁ ଦକ୍ଷତା ବୃଦ୍ଧି, କାରିଗରୀ କୌଶଳ ବୃଦ୍ଧି ତାଲିମ, ଉନ୍ନତ ମାନର ଯନ୍ତ୍ର ପାତି, ବ୍ୟାଙ୍କ ଋଣ ସହାୟତା, ଭିତ୍ତିଭୂମିର ବିକାଶ, ନମୁନା ବିକାଶ, ପ୍ରଦର୍ଶନୀ ମାଧ୍ୟମରେ ବଜାର ସହାୟତା ଇତ୍ୟାଦି ଯୋଗାଇ ଦିଆଯାଉଛି ।

ଏତଦ୍‌ବ୍ୟତୀତ ‘ଉତ୍କଳିକା’ ମାଧ୍ୟମରେ ଅନ୍‌ଲାଇନ୍‌ ମାର୍କେଟିଂର ବ୍ୟବସ୍ଥା କରାଯାଇଛି । ଅହମଦାବାଦସ୍ଥିତ ରାଷ୍ଟ୍ରୀୟ ନମୁନା ବିକାଶ ଅନୁଷ୍ଠାନ ସହଯୋଗରେ ଭୁବନେଶ୍ୱରର ଗଣ୍ଡମୁଣ୍ଡାସ୍ଥିତ ହସ୍ତଶିଳ୍ପ ପ୍ରକଳ୍ପ (ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଅନୁଷ୍ଠାନ)ଠାରେ ନମୁନା କେନ୍ଦ୍ର ପ୍ରତିଷ୍ଠା କରାଯାଇଛି ।

ବାଲେଶ୍ୱରଠାରେ ଆଞ୍ଚଳିକ ହସ୍ତଶିଳ୍ପ ତାଲିମ ଓ ନମୁନା ବିକାଶ ଆଧାରିତ ପାଠ୍ୟକ୍ରମ କେନ୍ଦ୍ର ପ୍ରତିଷ୍ଠା କରାଯାଇଛି । ଏତଦ୍‌ବ୍ୟତୀତ ଖଣ୍ଡଗିରିଠାରେ ସାଧାରଣ ସୁବିଧାକେନ୍ଦ୍ର ପ୍ରତିଷ୍ଠା କରାଯାଇ ବହୁଳ ଉତ୍ପାଦନ, ମାନ ନିର୍ଦ୍ଧାରଣ ଓ ଉଚ୍ଚସ୍ତରୀୟ ବନ୍ଧେଇର ବ୍ୟବସ୍ଥା କରାଯାଉଛି ।

ଉତ୍ପାଦିତ ସାମଗ୍ରୀଗୁଡ଼ିକର ବିକ୍ରିବଟାର ସହାୟତା ନିମନ୍ତେ ହସ୍ତତନ୍ତ, ବୟନଶିଳ୍ପ ଓ ହସ୍ତଶିଳ୍ପ ବିଭାଗ ଅନ୍ତର୍ଗତ ହସ୍ତ ଓ କୁଟୀରଶିଳ୍ପ ନିର୍ଦ୍ଦେଶାଳୟ ମାଧ୍ୟମରେ ଚଳିତ ବର୍ଷ ଏକ ରାଜ୍ୟସ୍ତରୀୟ ପ୍ରଦର୍ଶନୀ, ଜନତା ମଇଦାନ, ଭୁବନେଶ୍ୱରଠାରେ ଫେବୃଆରୀ ୭ରୁ ୧୬ ତାରିଖ ପର୍ଯ୍ୟନ୍ତ ଆୟୋଜନ କରାଯାଇଛି ।

ଏହି ଅବସରରେ ୧୦୪ଗୋଟି ଷ୍ଟଲ୍‌ ନିର୍ମାଣ କରାଯାଇ ୧୩୬ ଜଣ କାରିଗରମାନଙ୍କୁ ବିନା ଦେୟରେ ପ୍ରଦାନ କରାଯାଇଛି । ଅଂଶଗ୍ରହଣ କରୁଥିବା ଜିଲ୍ଲାଗୁଡ଼ିକ ହେଲା କେନ୍ଦୁଝର, ଯାଜପୁର, ବାଲେଶ୍ୱର, ସୁବର୍ଣ୍ଣ ପୁର, ବରଗଡ଼, ଖୋର୍ଦ୍ଧା, ନୟାଗଡ଼, ଢେଙ୍କାନାଳ, ମୟୂରଭଞ୍ଜ, ଜଗତସିଂହ ପୁର, ଭଦ୍ରକ, କଟକ, ନବରଙ୍ଗ ପୁର, ସମ୍ବଲ ପୁର, ବଲାଙ୍ଗୀର, କେନ୍ଦ୍ରା ପଡ଼ା, ପୁରୀ, ସୁନ୍ଦରଗଡ଼, ଝାରସୁଗୁଡ଼ା, କଳାହାଣ୍ଡି, କନ୍ଧମାଳ ଓ ବୌଦ୍ଧ ।

ଏହି ପ୍ରଦର୍ଶନୀ ମାଧ୍ୟମରେ ପ୍ରାୟ ୭୫ ଲକ୍ଷ ଟଙ୍କାରୁ ଊଦ୍ଧ୍ୱର୍ ହସ୍ତଶିଳ୍ପ ସାମଗ୍ରୀ ବିକ୍ରି ହେବାର ଆକଳନ କରାଯାଇଛି । ଏହି ମେଳାରେ ପଟ୍ଟଚିତ୍ର ହସ୍ତଶିଳ୍ପର କାର୍ଯ୍ୟ କୌଶଳର ପ୍ରତ୍ୟକ୍ଷ ପ୍ରଦର୍ଶନ ମଧ୍ୟ କରାଯାଉଛି ।

ଆଜି ଏହି ଉଦ୍‌ଘାଟନ ଉତ୍ସବରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗର ସ୍ପେସାଲ୍‌ ସେକ୍ରେଟାରୀ ଶ୍ରୀକାନ୍ତ ପୃଷ୍ଟି, ବିଭାଗୀୟ ଅତିରିକ୍ତ ସଚିବ ବୃନ୍ଦାବନ ବେହେରା, ହସ୍ତଶିଳ୍ପ ନିର୍ଦ୍ଦେଶକ ବସନ୍ତ କୁମାର ଦାଶ, ବିଭାଗୀୟ ଯୁଗ୍ମ ଶାସନ ସଚିବ ଅଞ୍ଜନା ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ ।