Odisha Link
Bridging the Missing Links in Odisha

ଶପଥ ନେଲେ ସଂଜୀବ ପାଣିଗ୍ରାହୀ

ଭୁବନେଶ୍ବର: ଓଡ଼ିଶା ହାଇକୋର୍ଟ ବିଚାରପତି ଭାବେ ଶପଥ ନେଲେ ସଂଜୀବ ପାଣିଗ୍ରାହୀ। ଏନେଇ ଶପଥ ପାଠ କରାଇଲେ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଜଷ୍ଟିସ ସଂଜୁ ପଣ୍ଡା। ସଂଜୀବଙ୍କ ଶପଥ ଗ୍ରହଣ ପରେ ହାଇକୋର୍ଟ ବିଚାରପତି ସଂଖ୍ୟା ୧୪କୁ ବୃଦ୍ଧି ପାଇଛି।

ପ୍ରକାଶ ଯେ, ସୁପ୍ରିମକୋର୍ଟର ତତ୍କାଳୀନ ପ୍ରଧାନବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇ, ଜଷ୍ଟିସ୍ ଏସ୍.ଏ.ବୋବ୍‌ଡେ ଓ ଜଷ୍ଟିସ ଏନ୍‌.ଭି.ରମନାଙ୍କୁ ନେଇ ଗଠିତ କଲେଜିୟମ ଶ୍ରୀ ପାଣିଗ୍ରାହୀଙ୍କ ନାଁ ବିଚାରପତି ପଦ ପାଇଁ ୨୦୧୯, ଅକ୍ଟୋବର ୩ରେ ସୁପାରିସ କରିଥିଲା। ୨୦୧୯, ମେ’ ୭ରେ ଆଇନଜୀବୀ ସଂଜୀବ କୁମାର ପାଣିଗ୍ରାହୀଙ୍କ ସମେତ ୮ ଜଣ ଆଇନଜୀବୀଙ୍କ ନାଁ ଓଡ଼ିଶା ହାଇକୋର୍ଟର ମୁଖ୍ୟବିଚାରପତି ସୁପ୍ରିମକୋର୍ଟଙ୍କ ନିକଟକୁ ପଠାଇଥିଲେ। ଅକ୍ଟୋବର ୩ରେ ସୁପ୍ରିମକୋର୍ଟ କଲେଜିୟମ ଶ୍ରୀ ପାଣିଗ୍ରାହୀଙ୍କ ନାଁ ଗ୍ରହଣ କରି ନିଯୁକ୍ତି ପାଇଁ ସୁପାରିସ କରିଥିଲା। ୨୦୧୯, ଅକ୍ଟୋବର ୩ରେ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ପାଇଁ ଶ୍ରୀ ପାଣିଗ୍ରାହୀଙ୍କ ନାଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଥିବା ବେଳେ ଗତ ୭ତାରିଖରେ ତାଙ୍କ ନିଯୁକ୍ତି ନେଇ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା।

Comments are closed.