Odisha Link
Bridging the Missing Links in Odisha

ଫେବୃଆରୀ ୨୪ରେ ଭାରତ ଆସିବେ ଟ୍ରମ୍ପ

ନୂଆଦିଲ୍ଲୀ: ଆସନ୍ତା ୨୪ ଓ ୨୫ ତାରିଖରେ ଭାରତ ଆସିବେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ତାଙ୍କ ପତ୍ନୀ ମେଲାନିଆ। ଏନେଇ ଆମେରିକା ହ୍ୱାଇଟ୍ ହାଉସ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଦୁଇ ଦିନିଆ ଗସ୍ତରେ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବା ସହ ବିଭିନ୍ନ ଦ୍ୱିପାକ୍ଷିକ ପ୍ରସଙ୍ଗରେ ଆଲୋଚନା କରିବେ। ଟ୍ରମ୍ପଙ୍କ ଏହି ଗସ୍ତ ଦୁଇ ଦେଶ ମଧ୍ୟରେ ସଂପର୍କ ଓ ସହଭାଗୀତା ବୃଦ୍ଧିରେ ସହାୟକ ହେବ ବୋଲି କୁହାଯାଉଛି।

ଟ୍ରମ୍ପଙ୍କ ଗସ୍ତ ନେଇ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ଏବଂ ଆମେରିକା ପ୍ରତିପକ୍ଷଙ୍କ ସହ ଆଲୋଚନା ହୋଇଥିଲା। ଅସନ୍ତା ବର୍ଷ ସେପ୍ଟେମ୍ବରରେ ହାଓଡ଼ି ମୋଦି କାର୍ଯ୍ୟକ୍ରମରେ ମୋଦି ଟ୍ରମ୍ପଙ୍କୁ ଭାରତ ଆସିବା ପାଇଁ ନିମନ୍ତ୍ରଣ କରିଥିଲେ।

Comments are closed.