Odisha Link
Bridging the Missing Links in Odisha

ସୁପ୍ରିମକୋର୍ଟରେ ଆଜି ନିର୍ଭୟା ମାମଲା ଶୁଣାଣି

ନୂଆଦିଲ୍ଲୀ : ଆଜି ସୁପ୍ରିମକୋର୍ଟରେ ନିର୍ଭୟା ଗଣଦୁଷ୍କର୍ମ ଓ ହତ୍ୟା ମାମଲାର ଶୁଣାଣି ହେବ। ନିର୍ଭୟା ଦୋଷୀଙ୍କୁ ଫାଶୀ ଦେବା ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍‌ କୋର୍ଟରେ ହୋଇଥିବା ଆବେଦନ ଉପରେ ଆଜି ଶୁଣାଣି କରିବେ ସର୍ବୋଚ୍ଚ ଅଦାଲତ।

ସୂଚନାଯୋଗ୍ୟ, ଗତ ୩୧ ଜାନୁଆରୀରେ ପଟିଆଲା ହାଉସ୍ କୋର୍ଟ ନିର୍ଭୟା ଦୋଷୀଙ୍କ ଫାଶୀକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ସ୍ଥଗିତ ରଖିଥିଲେ। ନିର୍ଭୟା ଦୋଷୀଙ୍କ ଡେଥ୍‌ ୱାରେଣ୍ଟ ଉପରେ ରହିତାଦେଶ ଓ ଏକକାଳୀନ ଫାଶୀ ଦେବା ପ୍ରସଙ୍ଗରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୁପ୍ରିମ୍‌ କୋର୍ଟରେ ଆବେଦନ କରାଯାଇଥିଲା। ଫାଶୀ ଉପରେ ରହିତାଦେଶ ଉଠାଇ ତୁରନ୍ତ ଦୋଷୀଙ୍କୁ ଫାଶୀ ଦେବା ପାଇଁ ପଟିଆଲା ହାଉସ କୋର୍ଟ ଲଗାଇଥିବା ରହିତାଦେଶକୁ ନେଇ ଦିଲ୍ଲୀ ହାଇକୋର୍ଟରେ ଆବେଦନ କରିଥିଲେ କେନ୍ଦ୍ର ସରକାର ଯାହାକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଥିଲେ। କେନ୍ଦ୍ର ସରକାରଙ୍କ ଆବେଦନ ଖାରଜ ପରେ କେନ୍ଦ୍ର ସରକାର ଏବେ ସୁପ୍ରିମ୍‌ କୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି।

Comments are closed.