Odisha Link
Bridging the Missing Links in Odisha

ଘର ସହ ଜଳିଗଲେ ମହିଳା

ଭଦ୍ରକ: ଭଦ୍ରକ ଗ୍ରାମାଞ୍ଚଳ ଥାନା ସେରପୁର ଗାଁରେ ଅଘଟଣ ହଟିଛି। ଘରେ ନିଆଁ ଲାଗି ଜଣେ ମହିଳା ଜୀବନ୍ତ ଦଗ୍ଧ ହୋଇଛନ୍ତି। ଗୁରୁତର ଅବସ୍ଥାରେ ମହିଳାଙ୍କ ସ୍ବାମୀ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।
ମଳିଥିବା ସୂଚନା ଅନୁସାରେ ଭଦ୍ରକ ଗ୍ରାମାଞ୍ଚଳ ଥାନା ସେରପୁର ଗାଁରେ ଘରେ ନିଆଁ ଲାଗିଯିବାରୁ ଜଣେ ମହିଳା ଜୀବନ୍ତ ଦଗ୍ଧ ହୋଇଥିବା ଜଣାପଡିଛି। ମୃତ ମହିଳା ହେଉଛନ୍ତି ସରୋଜିନୀ ପରିଡା। ମହିଳାଙ୍କ ସ୍ବାମୀଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛ ।
ତେବେ ବିଦ୍ୟୁତ ସର୍ଟ ସର୍କିଟ୍ ଯୋଗୁଁ ନିଆଁ ଲାଗିଥିବା ସନ୍ଦେହ କରାଯାଉଛି। ଅଗ୍ନିକାଣ୍ଡରେ ୩ ବଖରା ଘର ମଧ୍ୟ ପୋଡି ପାଉଁଶ ହୋଇଯାଇଥିବା ଜଣାପଡିଛି।

Comments are closed.